/odishatv-khabar/media/post_attachments/uploadimage/library/16_9/16_9_0/naveen-patnaik-1_1626691091.jpg)
naveen patnaik
ଗଂଜାମ : ଗଂଜାମ ଜିଲ୍ଲା ତପ୍ତପାଣୀ ଦୁର୍ଘଟଣାର ମୃତାହତଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ରାଜ୍ୟ ସରକାର। ମୃତକଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୃତକଙ୍କ ପରିବାରଙ୍କ ପ୍ରତି ସେ ସମବେଦନା ପ୍ରକାଶ କରିଛନ୍ତି ।
Advertisment
ଏହା ସହିତ ଉଦ୍ଧାର କାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଗଂଜାମ ଜିଲ୍ଲା ଓ ଏସ୍ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ଦୁର୍ଘଟଣାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଃଖ ପ୍ରକାଶ କରିଛନ୍ତି । ଦୁଃଖ ସମୟରେ ମୃତକଙ୍କ ପରିବାରକୁ ଭଗବାନ ସହାୟ ହୁଅନ୍ତୁ ବୋଲି ସେ କାମନା କରିଛନ୍ତି ।
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ଟ୍ୱିଟ୍ କରିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)