Advertisment

କଟକ ଓ ଭୁବନେଶ୍ୱରରେ କୋଭିଡ୍ ନିୟମ କଡାକଡି ପାଳନ କର: ଡିଜିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକ ସହରରେ କୋଭିଡ୍ ନିୟମ ପାଳନ ଠିକ୍ ଭାବେ ହେଉନଥିବାରୁ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିବା ପୁଲିସ ଡିଜି ନିଜେ ବ୍ୟକ୍ତିଗତ ଭାବେ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଗ୍ରାମାଞ୍ଚଳର ଲୋକମାନଙ୍କୁ ଆର୍ଥିକ ମାନ୍ଦାବସ୍ଥାରୁ ସୁରକ୍ଷିତ ରଖିବା ନିମନ୍ତେ ମନରେଗା ଯୋଜନାରେ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ […]

କଟକ ଓ ଭୁବନେଶ୍ୱରରେ କୋଭିଡ୍ ନିୟମ କଡାକଡି ପାଳନ କର: ଡିଜିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

cm naveen patnaik

Advertisment

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକ ସହରରେ କୋଭିଡ୍ ନିୟମ ପାଳନ ଠିକ୍ ଭାବେ ହେଉନଥିବାରୁ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିବା ପୁଲିସ ଡିଜି ନିଜେ ବ୍ୟକ୍ତିଗତ ଭାବେ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଗ୍ରାମାଞ୍ଚଳର ଲୋକମାନଙ୍କୁ ଆର୍ଥିକ ମାନ୍ଦାବସ୍ଥାରୁ ସୁରକ୍ଷିତ ରଖିବା ନିମନ୍ତେ ମନରେଗା ଯୋଜନାରେ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ  ଜିଲ୍ଲାପାଳମାନଙ୍କ ସହ କୋଭିଡ୍ ସ୍ଥିତିର ସମୀକ୍ଷା କରିବାବେଳେ ବିଭିନ୍ନ ଜୀବିକା ପ୍ରକଳ୍ପକୁ ଅଧିକ ପାଣ୍ଠି ଯୋଗାଇବା ନିମନ୍ତେ ଗୁରୁତ୍ୱ ଦେଇଛନ୍ତି। ତେବେ ରାଜ୍ୟର ଅନ୍ୟ ଅଞ୍ଚଳଗୁଡ଼ିକରେ କୋଭିଡ୍ ନିୟମର କଡ଼ାକଡ଼ି ଅନୁପାଳନ ସନ୍ତୋଷଜନକ ଥିବାବେଳେ ଭୁବନେଶ୍ୱର-କଟକରେ କମିଶନରେଟ ଅଂଚଳରେ ଏହା ସେତେଟା ଉତ୍ସାହଜନକ ନଥିବାରୁ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଟ୍ୱିନସିଟିରେ କୋଭିଡ୍ ନିୟମ କାର୍ଯ୍ୟକାରିତା ଉପରେ ପୁଲିସ୍ ମହାନିର୍ଦ୍ଦେଶକ ପ୍ରତ୍ୟକ୍ଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି  କୋଭିଡଜନିତ ଆର୍ଥିକ ମାନ୍ଦାବସ୍ଥାରୁ ଗ୍ରାମାଂଚଳର ଲୋକମାନଙ୍କୁ ସୁରକ୍ଷିତ ରଖିବା ନିମନ୍ତେ ମନରେଗା ସମେତ ଅନ୍ୟ ଜୀବିକା କାର୍ଯ୍ୟକ୍ରମ ମାଧ୍ୟମରେ ଅଧିକ ରୋଜଗାର ସୁଯୋଗ ସୃଷ୍ଟି ନିମନ୍ତେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Advertisment

କୃଷି, ମତ୍ସ୍ୟଚାଷ, ଉଦ୍ୟାନ କୃଷି, ଜଙ୍ଗଲ, ମୃତ୍ତିକା ସଂରକ୍ଷଣ ପାଇଁ ଘୋଷଣା ହୋଇଥିବା ପ୍ୟାକେଜକୁ ଠିକ୍ ଭାବେ କାର୍ଯ୍ୟକାରୀ କରିବାକୁ ସର୍ବୋଚ୍ଚ ପ୍ରାଥମିକତାକୁ ଦେବାକୁ ମଧ୍ୟ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି। ଚାଷୀ, ମିଶନ ଶକ୍ତିର ସଦସ୍ୟମାନେ, ଏମଏସଏମଇ ଓ ବୁଣାକାରମାନଙ୍କୁ ଅଧିକ ଋଣ ସହାୟତା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଗତ ସପ୍ତାହରେ ଲକ୍ଷେରୁ ଅଧିକ ରୋଗୀ ସୁସ୍ଥ ହୋଇଥିବା ନେଇ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିବା ସହ କୋଭିଡ୍ ଯୋଦ୍ଧାମାନଙ୍କର କାମ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜିର ଏହି ସମୀକ୍ଷା ବୈଠକରେ ପୁଲିସ ଡିଜି, ପୁଲିସ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଓ ଜିଲ୍ଲାପାଳମାନେ ସାମିଲ ଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ