Advertisment

"ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଶେଷ କର"

ବାତ୍ୟା ୟାସ କ୍ଷୟକ୍ଷତିର ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଶେଷ କର। ସପ୍ତାହକ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କର। ଆଜି ରାଜ୍ୟର ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

author-image
Sarbeswar
ଅଦ୍ୟତନ ହୋଇଛି

naveen

ଭୁବନେଶ୍ୱର: ବାତ୍ୟା ୟାସ କ୍ଷୟକ୍ଷତିର ପୁନରୁଦ୍ଧାର ଓ ପୁନର୍ଗଠନ କାର୍ଯ୍ୟ ଯୁଦ୍ଧ କାଳୀନ ଭିତ୍ତିରେ ଶେଷ କର। ସପ୍ତାହକ ମଧ୍ୟରେ ଘରଭଙ୍ଗା କ୍ଷତିର ଆକଳନ କର। ଆଜି ରାଜ୍ୟର ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଆଜି ହେଲିକପଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଥିଲେ ପରେ ଏକ ବୈଠକରେ କ୍ଷୟକ୍ଷତିର ଅନୁଧ୍ୟାନ କରିଥିଲେ। ଏହି ଅବସରରେ କ୍ଷତିଗ୍ରସ୍ତ ଅଞ୍ଚଳରେ ପୁନରୁଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ପ୍ରଭାବିତ ଅଞ୍ଚଳରେ ୭ ଦିନ ଭିତରେ ଘରଭଙ୍ଗା ସମ୍ପର୍କରେ ଆକଳନ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ଜନତାଙ୍କ ସହଯୋଗ ପାଇଁ ବିପର୍ଯ୍ୟୟ ମୁକାବିଲା ସଫଳ ହୋଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟରେ ତ୍ରୁଟିଶୂନ୍ୟ ପରିଚାଳନା ପାଇଁ ରାଜ୍ୟ ଓ କେନ୍ଦ୍ରୀୟ ସଂସ୍ଥାକୁ ପ୍ରଶଂସା କରିଛନ୍ତି। ତେଣେ ବୈତରଣୀ ନଦୀରେ ବନ୍ୟା ସମ୍ଭାବନା ପାଇଁ ମଧ୍ୟ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ବାତ୍ୟା ୟାସ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ସବୁଠୁ ଅଧିକ କ୍ଷୟକ୍ଷତି କରିଥିବା ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇଥିଲେ। ସେହିଭଳି ରାଜ୍ୟର ୨୦୦ଟି ବ୍ଲକରେ ପ୍ରବଳ ବର୍ଷା ହୋଇଥିବା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ସୂଚନା ଦେଇଥିଲେ।

Cyclone Yaas 2021 Cyclone Yass
Advertisment
Advertisment