Advertisment

ଆରପାରିରେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜ

ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଆପୋଲୋ ଲୋକ ସଂପର୍କ ଅଧିକାରୀ ରାକେଶ ରାୟଙ୍କ ସୂଚନା କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ଅଜିତ ଭୁବନେଶ୍ୱର: ଆର ପାରିରେ ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜ। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ଅଜିତ୍‌। ଏକ ଘରୋଇ ମେଡିକାଲରେ ଚିକିତ୍ସା ହେଉଥିବା ସମୟରେ ଅଜିତଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିଲା। ତେବେ ବର୍ତ୍ତମାନ ପିପିଲି ନିର୍ବାଚନକୁ ନେଇ ଆଶଙ୍କା […]

ଆରପାରିରେ ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜ

ajit-mangaraj

Advertisment
  • ପିପିଲି କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ
  • ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ଆପୋଲୋ ଲୋକ ସଂପର୍କ ଅଧିକାରୀ ରାକେଶ ରାୟଙ୍କ ସୂଚନା
  • କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିଲେ ଅଜିତ
Advertisment

ଭୁବନେଶ୍ୱର: ଆର ପାରିରେ ପିପିଲିର କଂଗ୍ରେସ ପ୍ରାର୍ଥୀ ଅଜିତ୍‌ ମଙ୍ଗରାଜ। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲେ ଅଜିତ୍‌। ଏକ ଘରୋଇ ମେଡିକାଲରେ ଚିକିତ୍ସା ହେଉଥିବା ସମୟରେ ଅଜିତଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିଲା। ତେବେ ବର୍ତ୍ତମାନ ପିପିଲି ନିର୍ବାଚନକୁ ନେଇ ଆଶଙ୍କା ଦେଖାଦେଇଛି।  ତେବେ ଅଜିତ୍‌ଙ୍କ ଦେହାନ୍ତ ସମ୍ପର୍କରେ ଆପୋଲ ଲୋକ ସଂପର୍କ ଅଧିକାରୀ ରାକେଶ ରାୟ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଅଜିତ୍‌।

ଗତ ସପ୍ତାହରେ ଅଜିତ ମଙ୍ଗରାଜ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ଆପୋଲ ହସ୍ପିଟାଲ୍‌କୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ପିପିଲି ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Advertisment

ତେବେ ଅଜିତ୍‌ଙ୍କ ପରଲୋକ ହୋଇଥିବାରୁ ପିପିଲିରେ ନିର୍ବାଚନ ହୋଇପାରିବ ନାହିଁ ବୋଲି କଂଗ୍ରେସ ନେତା ପ୍ରଦୀପ ମାଝୀ କହିଛନ୍ତି। କରୋନାର ନିୟମ ସଠିକ୍‌ ଭାବରେ ପାଳନ ହୋଇନଥିବାରୁ ଅଜିତଙ୍କ ପରଲୋକ ହୋଇଥିବା ପ୍ରଦୀପ କହିଛନ୍ତି। ଅଜିତ୍‌ ମଙ୍ଗରାଜଙ୍କ ମୃତ୍ୟୁ ଖବର ଶୁୁଣି କଂଗ୍ରେସ ନେତାମାନେ ଆପୋଲୋ ହସ୍‌ପିଟାଲରେ ପହଂଚିଛନ୍ତି। ଅନ୍ୟ ପକ୍ଷରେ ପିପିଲି ଉପନିର୍ବାଚନ ସ୍ଥଗିତ ହେବା ନେଇ ପରିସ୍ଥିତି ସୃଷ୍ଟି ହୋଇଛି। ସାଧାରଣଭାବେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବା ପରେ ପ୍ରାର୍ଥୀଙ୍କର ମୃତ୍ୟୁ ହେଲେ ମତଦାନ ବାତିଲ୍ କରାଯାଇଥାଏ।

ଅଜିତ ମଙ୍ଗରାଜ ଗତ ୮ ତାରିଖ ଦିନ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ଡେଲାଙ୍ଗ ଚିକିତ୍ସାଳୟରେ ପ୍ରଥମେ ପ୍ରାଥମିକ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା।  କଂଗ୍ରେସର ପ୍ରଚାର ଚାଲିଥିଲା ଓ ଅଜିତ ଏଥିରେ ଯୋଗ ଦେଇଥିଲେ। ପ୍ରବଳ ଗରମ ଯୋଗୁ ପ୍ରଚାର ବେଳେ ହଠାତ୍‌ ଅଜିତ ଅସୁସ୍ଥ ହୋଇ ପଡ଼ିଥିଲେ। ମୁଣ୍ଡ ବୁଲାଇବା ସହ ଘଟଣାସ୍ଥଳରେ ଚେତାଶୂନ୍ୟ ହୋଇ ପଡ଼ିଥିଲେ। ଉପସ୍ଥିତ କର୍ମୀମାନେ ତାଙ୍କୁ ତୁରନ୍ତ ଡେଲାଙ୍ଗ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ସେଠାରେ ପ୍ରାୟ ୮ ଘଣ୍ଟାର ଚିକିତ୍ସା ପରେ ଅଜିତ ଘରକୁ ଫେରିଥିଲେ। ଏହାପରେ ସେ କରୋନା ଆକ୍ରାନ୍ତ ବୋଲି ଜଣାପଡ଼ିଥିଲା। ପରେ ଅଧିକ ଚିକିତ୍ସା ଲାଗି ତାଙ୍କୁ ଭୁବନେଶ୍ୱର ଅଣାଯାଇଥିଲା। ତେବେ ଆଜି ତାଙ୍କର ପରଲୋକ ହୋଇଛି।

Advertisment

ସେପଟେ, ପିପିଲିର କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ ପରେ CEO ସୁଶୀଲ ଲୋହାନୀଙ୍କ ଓଟିଭିକୁ ଦେଲେ ସୂଚନା। କହିଲେ, ଜିଲ୍ଲା ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ଦେହାନ୍ତ ସଂପର୍କରେ ଜିଲ୍ଲା ରିଟର୍ଣ୍ଣିଂ ଅଫିସର ରିପୋର୍ଟ ଦେବେ। ରିଟର୍ଣ୍ଣିଂ ଅଫିସରଙ୍କ ରିପୋର୍ଟକୁ ନିର୍ବାଚନ କମିଶନଙ୍କୁ ପଠାଯିବ। ପରେ ସାନି ନିର୍ବାଚନ ନେଇ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ। କଂଗ୍ରେସ ଦଳକୁ ଆଉ ଏକ ପ୍ରାର୍ଥୀ ଦେବାକୁ ମିଳିବ ସୁଯୋଗ ବୋଲି କହିଲେ ସିଇଓ।

ଏହାସହ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ କରିଛନ୍ତି। ଅଜିତ ମଙ୍ଗରାଜଙ୍କ ଦେହାନ୍ତରେ ମୁଁ ଗଭୀର ମର୍ମାହତ ବୋଲି କହିଲେ ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଜିତ ମଙ୍ଗରାଜଙ୍କ ଅମର ଆତ୍ମାର ସଦଗତି କାମନା କଲେ ମୁଖ୍ୟମନ୍ତ୍ରୀ।

Ajit Mangaraj Pipili By-Election 2021
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ