Advertisment

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ  ବଢି ଚାଲିଛି। ଲକ୍‌ ଡାଉନ ପରେ ବି ଦୈନିକ ସଂକ୍ରମଣରେ ଲାଗିପାରୁନି ବ୍ରେକ୍‌। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଆଜି ରାଜ୍ୟରେ ମୃତ୍ୟୁ ସଂଖ୍ୟା ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୪୦୩ରେ ପହଞ୍ଚିଛି। କଳାହାଣ୍ଡି ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ […]

author-image
Minati Mishra
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫ ଛୁଇଁଲା

covid-1

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ  ବଢି ଚାଲିଛି। ଲକ୍‌ ଡାଉନ ପରେ ବି ଦୈନିକ ସଂକ୍ରମଣରେ ଲାଗିପାରୁନି ବ୍ରେକ୍‌। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଆଜି ରାଜ୍ୟରେ ମୃତ୍ୟୁ ସଂଖ୍ୟା ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୪୦୩ରେ ପହଞ୍ଚିଛି।

Advertisment

କଳାହାଣ୍ଡି ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳରୁ ୩ ଜଣଙ୍କ ମୃତ୍ୟୁ ହୋଇଛି।ସେହିପରି ଗଞ୍ଜାମ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ କାରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, କଟକ, ଢ଼େଙ୍କାନାଳ, କେନ୍ଦୁଝର, ପୁରୀରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି। ଆଜିର ମୃତକଙ୍କୁ ମିଶାଇଲେ କଳାହାଣ୍ଡି ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭୬, ଖୋର୍ଦ୍ଧାରେ ୪୨୦କୁ ବୃଦ୍ଧି ପାଇଛି। ସେହପରି  ଅନୁଗୁଳରେ ମୃତ୍ୟୁ ସଂଖ୍ୟା ୬୭, ଗଞ୍ଜାମରେ ୨୬୯, ରାୟଗଡାରେ ୯୨, ସୁନ୍ଦରଗଡରେ ୨୩୩, ବାଲେଶ୍ୱରରେ ୧୦୩, ବରଗଡରେ ୪୭, ବଲାଙ୍ଗିରରେ ୫୮, ବୌଦ୍ଧରେ ୨୮, କଟକରେ ୧୫୩, ଢେଙ୍କାନାଳରେ ୩୪, କେନ୍ଦୁଝରରେ ୪୮ ଓ ପୁରୀରେ ୧୪୫ରେ ପହଞ୍ଚିଛି ।

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ କଟକରୁ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ୧ ହଜାର ଉପରେ ରହିଛି। କଟକରୁ ୧୧୦୭ ପଜିଟିଭ ଚିହ୍ନଟ ହୋଇଛନ୍ତି।

Advertisment

ସେହିପରି ରାଜ୍ୟରେ ମୋଟ ୧,୧୧,୧୮,୯୮୪ ନମୂନା ପରୀକ୍ଷା ହୋଇଥିବାବେଳେ ୬,୫୫,୮୯୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ୬,୫୫,୮୯୯ ଜଣ ସୁସ୍ଥ ହୋଇ ଫେରିଥିବାବେଳେ ଆକ୍ଟିଭ କେସ ରହିଛି ୧,୦୬,୮୧୨।

ରାଜ୍ୟରେ ଏପରି ସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସୂଚନା ଆଶ୍ୱସ୍ତ କରିଛି। ୨୦୨୧ ଶେଷ ସୁଦ୍ଧା ସମସ୍ତ ପ୍ରାପ୍ତ ବୟସ୍କ ନାଗରିକଙ୍କୁ କରୋନା ଟିକା ଦେବା ସ୍ଥିତିରେ  ଭାରତ ରହିଛି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ କହିଛନ୍ତି । ପଶ୍ଚିମବଙ୍ଗ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ କୋଭିଡ୍ ସ୍ଥିତି ସମୀକ୍ଷା ବେଳେ ସେ ଏହା କହିଛନ୍ତି ।

Corona Breaking News
Advertisment
Advertisment