Advertisment

ଆଖି ବୁଜିଲେ ୧୬ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୦୮  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି। ସୁନ୍ଦରଗଡ଼ ଜିଲ୍ଲାର ମୃତ୍ୟୁ ସଂଖ୍ୟା ଆଜି ବି ଆଗରେ ରହିଛି। ଆଜି ଏଠାରେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ପଛରେ ରହିଛି କଟକ ।  କଟକରେ ଆଜି ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସମ୍ବଲପୁର ଓ […]

author-image
Minati Mishra
ଅଦ୍ୟତନ ହୋଇଛି
ଆଖି ବୁଜିଲେ ୧୬ କରୋନା ରୋଗୀ

corona=1

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୬ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୦୮  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

Advertisment

ସୁନ୍ଦରଗଡ଼ ଜିଲ୍ଲାର ମୃତ୍ୟୁ ସଂଖ୍ୟା ଆଜି ବି ଆଗରେ ରହିଛି। ଆଜି ଏଠାରେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ପଛରେ ରହିଛି କଟକ ।  କଟକରେ ଆଜି ୩ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସମ୍ବଲପୁର ଓ ଗଞ୍ଜାମରେ ୨ ଜଣ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ବରଗଡ, ଜଗତ୍‌ସିଂହପୁର, ଝାରସୁଗୁଡା, ପୁରୀ, ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୭୫୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

Advertisment

Corona Deaths In Odisha
Advertisment
Advertisment