/odishatv-khabar/media/post_attachments/uploadimage/library/16_9/16_9_0/covid-5_1626154960.jpg)
covid
ଭୁବନେଶ୍ୱର: ଗତକାଲି ରାଜ୍ୟରେ ୧୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମିଳିଛି। ଏଥିସହିତ ୧୨୪୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୯୯୧ ଜଣ ଚିକିତ୍ସି ହେଉଛନ୍ତି। ୭ ଜଣଙ୍କର ମୃତ୍ୟୁ ଘଟିଛି।
Advertisment
ଆଜି ଚିହ୍ନଟ ହୋଇଥିବା ୧୪୧ ଜଣ ୧୮ ଜିଲ୍ଲାର। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୬, ନୂଆପଡ଼ାଅରୁ ୧୯, କେନ୍ଦ୍ରାପଡ଼ାରୁ ୧୩, ଯାଜପୁରରୁ ୧୦, ସୁନ୍ଦରଗଡ଼ରୁ ୮, ବଲାଙ୍ଗିରରୁ ୭, କଟକରୁ ୬, ପୁରୀରୁ ୫, ଜଗତସିଂହପୁର, ଗଜପତି, କେନ୍ଦୁଝରରୁ ୪ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ବାଲେଶ୍ୱର ଓ ଢେଙ୍କାନାଳରୁ ୨ ଜଣ ଲେଖାଏଁ କରୋନ ରୋଗୀ ଚିହ୍ନଟ ହୋଇଥିବବେଳେ ନୟାଗଡ଼, ମୟୂରଭଞ୍ଜ, ଅନୁଗୁଳ, ସମ୍ବଲପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି।
Advertisment
Odisha Latest News
Covid19 Updates
Coronavirus Odisha News
Corona Updates Odisha
Odia News
News In Odia
Coronavirus Latest News Odisha
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)