Advertisment

ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧,୨୨୦ ପଜିଟିଭ ଚିହ୍ନଟ

ଭୁବନେଶ୍ୱର:  ରାଜ୍ୟରେ ଗତକାଲି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ତଳେ ଥିବାବେଳେ ଆଜି ତାହା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ୩୦ ଜିଲ୍ଲାରୁ ୧୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏମାନଙ୍କ ମଧ୍ୟରୁ ୭୦୩ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୫୧୭ ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ପୁଣି ବଢିଛି। ଆଜି ଖୋର୍ଦ୍ଧରୁ […]

author-image
Minati Mishra
ଅଦ୍ୟତନ ହୋଇଛି
ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୧,୨୨୦ ପଜିଟିଭ ଚିହ୍ନଟ

corona-1

ଭୁବନେଶ୍ୱର:  ରାଜ୍ୟରେ ଗତକାଲି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ ହଜାର ତଳେ ଥିବାବେଳେ ଆଜି ତାହା ପୁଣି ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ୩୦ ଜିଲ୍ଲାରୁ ୧୨୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏମାନଙ୍କ ମଧ୍ୟରୁ ୭୦୩ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୫୧୭ ଲୋକାଲ କେସ ଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

Advertisment

ସେହିପରି ଖୋର୍ଦ୍ଧାରୁ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ପୁଣି ବଢିଛି। ଆଜି ଖୋର୍ଦ୍ଧରୁ ସର୍ବାଧିକ ୧୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ୧୧୯ ଏବଂ କଟକରୁ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ସୂଚନାଥାଉ କି, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୫, ୦୦୦ରେ ପହଞ୍ଚିଛି।  ଆକ୍ଟିଭ କେସ ୧୨, ୩୪୧ ଥିବାବେଳେ ୨,୯୧,୧୩୭ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Advertisment

ସୂଚନାଥାଉ କି , ଗତକାଲି ୯୮୭ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।

Advertisment
Advertisment