Advertisment

ସେପ୍ଟେମ୍ବରରେ ଆସିପାରେ କରୋନାର ତୃତୀୟ ଲହର-ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର:  ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ତୃତୀୟ ଲହର ଆସିପାରେ। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଛୁଆଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କ ଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି  ସ୍ୱାସ୍ଥ୍ୟ…

ଅଦ୍ୟତନ ହୋଇଛି
ସେପ୍ଟେମ୍ବରରେ ଆସିପାରେ କରୋନାର ତୃତୀୟ ଲହର-ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

bijoy mohapatra

Advertisment

ଭୁବନେଶ୍ୱର:  ସେପ୍ଟେମ୍ବର ଓ ଅକ୍ଟୋବର ମାସ ବେଳକୁ ତୃତୀୟ ଲହର ଆସିପାରେ। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଛୁଆଙ୍କ ଚିକିତ୍ସା ଅନ୍ୟ ରୋଗୀଙ୍କ ଠାରୁ ଭିନ୍ନ ଥିବାରୁ ଅଧିକ ଗୁରୁତ୍ୱ ଦିଆଯିବ ବୋଲି କହିଛନ୍ତି  ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।

Advertisment

କରୋନା ମହାମାରୀର ୨ୟ ଲହର ପ୍ରଭାବ ଓଡ଼ିଶା ସମେତ ସମଗ୍ର ଦେଶରୁ ଧୀରେ ଧରେ କମିବାରେ ଲାଗିଛି । ତେବେ ତୃତୀୟ ଲହର ପାଇଁ ଚିନ୍ତା ମାଡି ଆସିଲାଣି। ଏଥିନେଇ ପ୍ରସ୍ତୁତି ଆରମ୍ଭ କରିବା ପାଇଁ ମୁଖ୍ୟମନ୍ତ୍ରୀ ଫୋକସ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ରାଜ୍ୟର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରୁ ଆରମ୍ଭ କରି ମେଡିକାଲ କଲେଜ ପର୍ଯ୍ୟନ୍ତ ୧୧୧୪ ଡାକ୍ତର ଓ ୧୦୩୬ ସ୍ୱାସ୍ଥ୍ୟକର୍ମୀଙ୍କୁ ଶିଶୁ କୋଭିଡ ରୋଗୀଙ୍କ ତାଲିମ ଆରମ୍ଭ କରାଯିବ ବୋଲି ସୂଚନା  ମିଳିଛି। ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହେବାର ଆଶଙ୍କା ସଂପର୍କରେ ବିଶେଷଜ୍ଞମାନେ ମତ ଦେଉଥିବାରୁ, ଏବେଠାରୁ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Advertisment

ଏହା ସହିତ ତୃତୀୟ ଲହରର ମୁକାବିଲା ପାଇଁ ୩୦୦୦ ବେଡ୍, ୨୩୯୦ Isolation ବେଡ୍, ୬୧୦ ICU ବେଡ୍ ପ୍ରସ୍ତୁତ ରଖାଯାଇଥିବା ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ଏପରିକି ଗଞ୍ଜମ ଜିଲ୍ଲାରେ ଘର ଘର ବୁଲି ପିଲାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କାମ ଆଜିଠୁ ଆରମ୍ଭ ହୋଇଯାଇଛି।

ଏହାକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି,  ୩ୟ ଲହର ପାଇଁ ପ୍ରସ୍ତୁତି ଆରମ୍ଭ କରିଛୁ। ଏବେଠୁ ଡାକ୍ତରଙ୍କୁ ଟ୍ରେନିଂ ଦେଉଛୁ। ଶିଶୁଙ୍କ ପାଇଁ ଜେନେରାଲ ଓ ICU ବେଡ୍ ପ୍ରସ୍ତୁତ ରଖିଛୁ। ତେବେ ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ କହିଛନ୍ତି ଶିଶୁ ବିଶେଷ ପ୍ରଭାବିତ ହେବେ ନାହିଁ। ତେଣୁ ଏଥିପ୍ରତି ଭୟଭୀତ ନ ହେବାକୁ ସେ କହିଛନ୍ତି।

Advertisment

ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮୯୬ ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୬୦୧୯ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୩୩୯୭ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛି ୨୬୨୨ । ଏ ନେଇ ସୂଚନା ଦେଇଛନ୍ତି ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୮,୩୧,୧୨୯ ଛୁଇଁଛି। ସେହିପରି ୭,୫୬,୬୪୧ ଜଣ କରୋନା ମୁକ୍ତ ହୋଇଥିବାବେଳେ ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ଅଛି ୭୧,୩୧୨। ଅନ୍ୟପକ୍ଷେ ଆଜି ୪୩ ଜଣ ରୋଗୀ ମୃତ୍ୟୁ ବରଣ କରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖା ୩,୧୨୩କୁ ବୃଦ୍ଧି ପାଇଛି।

Corona 3rd Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ