/odishatv-khabar/media/post_attachments/uploadimage/library/16_9/16_9_0/coronavirus-9_1627294403.jpg)
coronavirus
ନୂଆଦିଲ୍ଲୀ: ହୁ ହୁ ହୋଇ ବଢ଼ି ଚାଲିଛି କରୋନା। ୨୪ ଘଣ୍ଟାରେ ଦେଶରେ ୩୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ ହଜାର ୮୮୧ ଆକ୍ରାନ୍ତ ହୋଇଛନ୍ତି। ମୃତ୍ୟୁ ସଂଖ୍ୟା ୧୨ ହଜାର ୨୩୭ରେ ପହଞ୍ଚିଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୭ ହଜାର ହେଲାଣି।
Advertisment
୧ ଲକ୍ଷ ୯୪ ହଜାର ୩୨୪ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେସ୍ ୧ ଲକ୍ଷ ୬୦ ହଜାର ୩୩୮ ରହିଛି। କେବଳ ମହାରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ୫ ହଜାର ୬୫୧ ହୋଇଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୧୬ ହଜାର ୭୫୨ ହେଲାଣି।
ଦିଲ୍ଲୀରେ ମୃତ୍ୟୁ ସଂଖ୍ୟା ୧୯୦୪, ଗୁଜରାଟରେ ୧୫୬୦, ତାମିଲନାଡୁରେ ୫୭୬, ପଶ୍ଚିମବଙ୍ଗରେ ୫୦୬, ମଧ୍ୟପ୍ରଦେଶରେ ୪୮୨, ଉତ୍ତରପ୍ରଦେଶରେ ୪୩୫ ଜଣଙ୍କ ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)