Advertisment

ରାଜ୍ୟରେ ୨୪ ଘଣ୍ଟାରେ ୮୧ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟର ଅର୍ଥାତ୍‌ ସଂଗରୋଧ କେନ୍ଦ୍ରରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ଅର୍ଥାତ୍‌ ଲୋକାଲ କେସର ସଂଖ୍ୟା ରହିଛି ୩୨

ରାଜ୍ୟରେ ୨୪ ଘଣ୍ଟାରେ ୮୧ ଆକ୍ରାନ୍ତ ଚିହ୍ନଟ

corona-khabar

Advertisment

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟର ଅର୍ଥାତ୍‌ ସଂଗରୋଧ କେନ୍ଦ୍ରରୁ ୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ଅର୍ଥାତ୍‌ ଲୋକାଲ କେସର ସଂଖ୍ୟା ରହିଛି ୩୨। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ୨୨ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୮ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ଜଣେ. ବାଲେଶ୍ୱରରୁ ୬, ବରଗଡ଼ରୁ ୭, ଭଦ୍ରକରୁ ୪, କଟକରୁ ୩, ଦେଓଗଡ଼ ଓ ଗଜପତିରୁ ଜଣେ ଲେଖାଏଁ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଗଞ୍ଜାମରୁ ଜଣେ, ଜଗତସିଂହପୁର ଓ ଯାଜପୁରର ୪ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଝାରସୁଗୁଡ଼ାରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଳାହାଣ୍ଡିକେନ୍ଦ୍ରାପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଧାରୁ ୬, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୮, ନବରଙ୍ଗପୁର ଓ ନୂଆପଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେବଳ ଏତିକି ନୁହେଁ ପୁରୀରୁ ୨, ସମ୍ବଲପୁରରୁ ୧୫, ସୋନପୁରରୁ ଜଣେ ଏବଂ ସୁନ୍ଦରଗଡରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ଚହ୍ନଟ ହୋଇଛନ୍ତି।

Advertisment

୨୪ ଘଂଟାରେ ରାଜ୍ୟର ଷ୍ଟେଟ୍‌ପୁଲର ସଂଖ୍ୟା ୧ ରହିଛି। ବର୍ତ୍ତମାନ ରାଜ୍ୟରେ ୩୩୭୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସୁସ୍ଥଙ୍କ ସଂଖ୍ୟା ୩୩୪୭୬୭ ରହିଛି। ଏହାସହ ଆକ୍ଟିଭ କେସର ସଂଖ୍ୟା ୭୯୨ ରହିଛି।

Advertisment

ତେବେ ୨୪ ଘଂଟାରେ ରାଜ୍ୟରେ କରୋନାରେ କେହି ମୃତାହତ ହୋଇନାହାନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ