Advertisment

ରାଜ୍ୟରେ ଭୟଙ୍କର ହେଉଛି କରୋନା: ୨୪ ଘଣ୍ଟାରେ ୧୨୮୨ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଭୟଙ୍କର ହେବାରେ ଲାଗିଛି କରୋନା। ୨୪ ଘଂଟାରେ ରାଜ୍ୟରେ ୧୨୮୨ ଜଣ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ତେବେ ଲଗାତାର ଭାବରେ କରୋନା ସଂକ୍ରମଣ ରାଜ୍ୟରେ ବଢିବାରେ ଲାଗିଛି। ଗତକାଲି ତୁଳନାରେ ଆଜି ଆହୁରି ବଢିଛି ସଂକ୍ରମଣ

ରାଜ୍ୟରେ ଭୟଙ୍କର ହେଉଛି କରୋନା: ୨୪ ଘଣ୍ଟାରେ ୧୨୮୨ ଆକ୍ରାନ୍ତ ଚିହ୍ନଟ

Corona

Advertisment

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେବାରେ ଲାଗିଛି କରୋନା। ୨୪ ଘଂଟାରେ ରାଜ୍ୟରେ ୧୨୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତେବେ ଲଗାତାର ଭାବରେ କରୋନା ସଂକ୍ରମଣ ରାଜ୍ୟରେ ବଢିବାରେ ଲାଗିଛି। ଗତକାଲି ତୁଳନାରେ ଆଜି ଆହୁରି ବଢିଛି ସଂକ୍ରମଣ। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, ରାଜ୍ୟରେ ପୁଣି ଜଣଙ୍କ ମୁଣ୍ଡ ନେଇଛି କରୋନା। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୫ କ୍ୱାରେଣ୍ଟାଇନ ସେଂଟର ଅର୍ଥାତ୍‌ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୫୨୭ ଜଣ ଲୋକାଲ କେସ୍‌ ଅର୍ଥାତ୍‌ ସ୍ଥାନୀୟ ଅଂଚଳରୁ ଚିହ୍ନଟ ହୋଇଛନ୍ତି। ଏ ସମସ୍ତ ଆକ୍ରାନ୍ତ ୨୮ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୨ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇନଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି।

Advertisment

ସୂଚନା ଅନୁସାରେ, ଅନୁଗୁଳରୁ ୪୯, ବାଲେଶ୍ୱରରୁ ୧୦, ବରଗଡ଼ରୁ ୮୪, ଭଦ୍ରକରୁ ୨୪, ବଲାଙ୍ଗୀରରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୬୩, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଜପତିରୁ ଜଣେ, ଗଞ୍ଜାମରୁ ୩୨, ଜଗତସିଂହପୁରରୁ ୩, ଯାଜପୁରରୁ ୨୬, ଝାରସୁଗୁଡ଼ାରୁ ୩୬, କଳାହାଣ୍ଡିରୁ ୧୦୮, କନ୍ଧମାଳରୁ ୭, କେନ୍ଦ୍ରାପଡ଼ାରୁ ୬, କେନ୍ଦୁଝରରୁ ୬, ଖୋର୍ଧାରୁ ୧୯୨, କୋରାପୁଟରୁ ୮, ମୟୂରଭଞ୍ଜରୁ ୫୨, ନବରଙ୍ଗପୁରରୁ ୨୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଠିକ୍‌ ସେହିପରି ନୟାଗଡ଼ରୁ ୧୦, ନୂଆପଡ଼ାରୁ ୮୨, ପୁରୀରୁ ୨୮, ରାୟଗଡ଼ାରୁ ୧୫, ସମ୍ବଲପୁରରୁ ୮୨, ସୋନପୁରରୁ ୧୨ ଜଣ ସହ ସୁନ୍ଦରଗଡ଼ରୁ ୨୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲର ସଂଖ୍ୟା ୪୫ ରହିଛି। ରାଜ୍ୟରେ ମୋଟ୍‌ ପଜିଟିଭଙ୍କ ସଂଖ୍ୟା ୩୪୬୮୦୮ ରହିଥିବା ବେଳେ କରୋନାରୁ ସୁସ୍ଥ ହେଲେଣି ୩୩୮୮୯୦ ଜଣ। ଏହାସହ ଆକ୍ଟିଭ୍‌ ସଂଖ୍ୟା ୫୯୪୧ ରହିଛି।

Advertisment

ତେବେ ଗତକାଲି ରାଜ୍ୟରେ ରାଜ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୫୧୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୩୬୧ ରହିଥିଲା। ଖୋର୍ଦ୍ଧାରୁ ସର୍ବାଧିକ ୧୪୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୧ ଚିହ୍ନଟ ହୋଇଥିଲେ ଆକ୍ରାନ୍ତ।

ସେପଟେ କରୋନା ଟିକା ଅଭାବରୁ ରାଜ୍ୟରେ ଟିକାକରଣ ଅଭିଯାନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ପ୍ରାୟ ୭୦୦ କେନ୍ଦ୍ରରେ ଟିକାକରଣ ବନ୍ଦ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ତା ସହ ଅଭିଯାନକୁ ସୁରୁଖୁରୁରେ ଚଳାଇବା ପାଇଁ ଆଗାମୀ ୧୦ ଦିନ ଲାଗି ୨୫ ଲକ୍ଷ କୋଭିସିଲ୍ଡ ଡୋଜ୍ ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କ ପାଖରେ ଦାବି ରଖିଛି ଓଡ଼ିଶା

Advertisment

Corona News Today Corona Cases In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ