vaccani
ଭୁବନେଶ୍ୱର: ଓଡ଼ିଶାରେ ଖୁବଶୀଘ୍ର ଉତ୍ପାଦିତ ହେବ ଅତ୍ୟାଧୁନିକ ଭ୍ୟାକ୍ସିନ୍। ରାଜଧାନୀ ଉପକଣ୍ଠ ଅନ୍ଧାରୁଅରେ ଏହି ଅତ୍ୟାଧୁନିକ ଉତ୍ପାଦନକେନ୍ଦ୍ର ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଆଜି ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ବସି ଏ ସମ୍ପର୍କରେ ଆଲୋଚନା କରାଯାଇଛି।
ଏହି ଅବସରରେ ମୁଖ୍ୟ ଶାସନ ସଚିବ କମ୍ପାନୀକୁ ଇନକୁବେଟର ପ୍ରତିଷ୍ଠା ଓ ଷ୍ଟାର୍ଟଅପ୍ ବିକାଶ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ବିଜ୍ଞାନ ଓ ବୈଷୟିକ ପ୍ରମୁଖ ସଚିବ ସନ୍ତୋଷ ଷଡ଼ଙ୍ଗୀ ଯୋଗ ଦେଇଥିଲେ।
ଟୀକା ଉତ୍ପାଦନ ଲାଗି ଭାରତ ବାୟୋଟେକ୍ ଇଣ୍ଟରନ୍ୟାସନାଲ୍ ଲିମିଟେଡ୍ ଅନ୍ଧାରୁଆରେ ଏକ ସମ୍ପୂର୍ଣ୍ଣ ଉନ୍ନତ ଜ୍ଞାନ କୌଶଳପୂର୍ଣ୍ଣ ବାୟୋଟେକ୍ ଇନକୁବେଟର ସେଟଅପ୍ ପ୍ରତିଷ୍ଠା କରିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/vaccani_1625143143.jpg)