rain
ଭୁବନେଶ୍ୱର: ସିଭିୟର୍ ସାଇକ୍ଲୋନିକ ଷ୍ଟ୍ରମ୍ ‘ୟାସ୍’ ଭୀଷଣକାୟ ରୂପ ନେଇ ଆଜି ଅପରାହ୍ନରେ ଭେରି ସିଭିୟର୍ ସାଇକ୍ଲୋନିକ ଷ୍ଟ୍ରମରେ ପରିଣତ ହେବ। ତେବେ ବାତ୍ୟା ‘ୟାସ୍’ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ବର୍ଷାର ପରିମାଣ ବଢ଼ିପାରେ। ଉପକୂଳ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ତେଣୁ ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର,ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି।
ବାତ୍ୟା ୟାସ୍ ର ସମସ୍ତ ଲାଇଭ ଉପଡେଟ୍ ପଢନ୍ତୁ
ସେହିପରି ଆଜି ପାଇଁ ଗଞ୍ଜାମ, ଢେଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ବାତ୍ୟା ଲ୍ୟାଣ୍ଡଫଲ୍ କରିବା ଦିନ ଅର୍ଥାତ ୨୬ ତାରିଖ ଦିନ ୯ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏନେଇ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲା ଗୁଡିକ ହେଲା- ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, ଢେଙ୍କାନାଳ ଏବଂ କେନ୍ଦୁଝର. ତାଛଡ଼ା ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏହିସବୁ ଜିଲ୍ଲାରେ ବର୍ଷା ପବନ ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିବାର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ କରିବା ସହ ବାତ୍ୟା ସମ୍ପୂର୍ଣ୍ଣ ନସରିବା ଯାଏ ଘରୁ ନବାହାରିବାକୁ SRC ପରାମର୍ଶ ଦେଇଛନ୍ତି।
ଅନ୍ୟପକ୍ଷେ, ମାଡ଼ି ଆସୁଥିବା ବାତ୍ୟା ୟାସର ମୁକାବିଲା ପାଇଁ ସରକାରୀ ସ୍ତରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି। ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡ଼ିକରେ ଯୁଦ୍ଧକାଳୀନ ଭିତ୍ତିରେ ସ୍ଥାନାନ୍ତରଣ କରାଯାଉଛି। ଉପକୂଳ ଓ ତଳିଆ ଅଞ୍ଚଳରେ ରହୁଥିବା ଲୋକ, ବୟସ୍କ, ଗର୍ଭବତୀ ଏବଂ ଶିଶୁଙ୍କୁ ବାତ୍ୟା ଆଶ୍ରୟସ୍ଥଳୀରେ ନେଇ ରଖାଯାଉଛି। ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର ଜିଲ୍ଲା ପ୍ରତି ଅଧିକ ବିପଦ ଆଶଙ୍କା କରି ମୁକାବିଲା ପାଇଁ ପ୍ରସ୍ତୁତି ଜାରି ରହିଛି।
ବାତ୍ୟା ପୂର୍ବ ଓ ପରବର୍ତ୍ତୀ ସମୟରେ କ୍ଷୟକ୍ଷତିର ମୁକାବିଲା ପାଇଁ ୫୨ NDRF, ୬୦ ଓଡ୍ରାଫ୍, ୨୦୬ ଫାଏର ଟିମ୍ ସମେତ ବିଭିନ୍ନ ବିଭାଗର ମୋଟ୍ ୪୦୪ଟି ରେସ୍କ୍ଯୁ ଟିମ୍, ସ୍ବତନ୍ତ୍ର ଇଂଜିନିୟର୍ ପ୍ରଭାବିତ ହେବାକୁ ଥିବା ଜିଲ୍ଲାରେ ମୁତୟନ କରାଯାଇଛି। ବାତ୍ୟା ବେଳେ ବିଶେଷ ଭାବେ ବିଦ୍ଯୁତ୍ ସେବା ପ୍ରଭାବିତ ହେବା ଆଶଙ୍କା ରହିଛି। ଏନେଇ ୧୨ ହଜାର କର୍ମଚାରୀଙ୍କୁ ତୁରନ୍ତ ବିଦ୍ଯୁତ୍ ସରବରାହକୁ ସ୍ବାଭାବିକ କରିବା ନେଇ ନିର୍ଦ୍ଦେଶ ରହିଛି। ରାସ୍ତାରେ ଗଛ କାଟିବା ପାଇଁ ବନ ବିଭାଗର ଟିମ୍, ପାନୀୟ ଜଳ ଯୋଗାଣ ପାଇଁ ବିଭାଗୀୟ ଅଧିକାରୀଙ୍କୁ ବି ଦାୟିତ୍ୱ ଦିଆଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/rain-in-odisha_1626241548.jpg)