Advertisment

ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା ‘ୟାସ୍’, ଆଜି ଝାଡ଼ଖଣ୍ଡ ମୁହାଁଇବ

ଭୁବନେଶ୍ୱର: ବାତ୍ୟା ‘ୟାସ୍’ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଥିବା ବେଳେ ଆଜି ଏହା ଝାଡ଼ଖଣ୍ଡ ମୁହାଁଇବ। କିନ୍ତୁ ହଟିନି ବର୍ଷା ଭୟ। ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ପାଇଁ କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୟାସ୍‌ର ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଓ […]

ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ବାତ୍ୟା ‘ୟାସ୍’, ଆଜି ଝାଡ଼ଖଣ୍ଡ ମୁହାଁଇବ

cyclone

Advertisment

ଭୁବନେଶ୍ୱର: ବାତ୍ୟା ‘ୟାସ୍’ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଥିବା ବେଳେ ଆଜି ଏହା ଝାଡ଼ଖଣ୍ଡ ମୁହାଁଇବ। କିନ୍ତୁ ହଟିନି ବର୍ଷା ଭୟ। ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଆଜି ପାଇଁ କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ୟାସ୍‌ର ପ୍ରଭାବରେ ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆ ଓ ଶିମିଳିପାଳ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ସେହିପରି ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିଛି।

ବାତ୍ୟା ୟାସ୍ ର ସମସ୍ତ ଲାଇଭ ଉପଡେଟ୍ ପଢନ୍ତୁ

ୟାସ୍‌ ପ୍ରଭାବରେ ଜୁଆର ପାଣି ବହୁତ ଗାଁରେ ପଶିଛି। ବାହାନଗା, ରେମୁଣା, ବାଲେଶ୍ୱର ସଦର, ଧାମରାର କିଛି ଗାଁରେ ପାଣି ପଶିଛି। କିଛି ସ୍ଥାନରେ ୱାଟର ଲଗିଙ୍ଗ ବି ହୋଇଛି ବୋଲି SRC କହିଛନ୍ତି। ବାତ୍ୟା ଦ୍ୱାରା ବହୁତ ଗଛ ଭାଙ୍ଗିଛି। ବିଶେଷକରି ନୀଳଗିରିରେ ଗଛ ଭାଙ୍ଗିଛି।

Advertisment

ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡ଼ିକର ୧୨୮ଟି ବିପନ୍ନ ଗାଁରେ ୭ ଦିନ ଯାଏ  ରିଲିଫ୍ ସାମଗ୍ରୀ ଯୋଗାଇ ଦିଆଯିବବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।ଏହାସହ ମୁଖ୍ୟ ରାସ୍ତା ଗୁଡ଼ିକ ପୁନରୁଦ୍ଧାର ହେବ ଏବଂ ୮୦ ପ୍ରତିଶତ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ କାର୍ଯ୍ୟକ୍ଷମ ହେବ ବୋଲି ନିଷ୍ପତ୍ତି ହୋଇଛି। ଏଥିସହ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣରେ ଅଭୂତପୂର୍ବ କାର୍ଯ୍ୟ ଦକ୍ଷତା ପାଇଁ ପଞ୍ଚାୟତ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ଗୋଷ୍ଠୀ ସଂଗଠନ ଓ ପୋଲିସକୁ ମୁଖ୍ୟମନ୍ତ୍ରୀ ସାଧୁବାଦ ଜଣାଇଛନ୍ତି। ପ୍ରଭାବିତ ଅଞ୍ଚଳରେ ନିରନ୍ତର ସେବା ଯୋଗାଉଥିବା NDRF , ଓଡ୍ରାଫ, ପୋଲିସ, ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ବି ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ସେପଟେ, ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ବାତ୍ୟା ଯୋଗୁ ଜୁଆର ଆସି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଓ ବାଲେଶ୍ୱର ଜିଲ୍ଲାର ୧୨୮ଟି ଗାଁ ଜଳମଗ୍ନ ହୋଇଛି। ତେବେ କେନ୍ଦୁଝର ଏବଂ ବାଲେଶ୍ୱରରେ ଗଛ ପଡ଼ି ଜଣେ ଲେଖାଏଁ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ନେଇ SRC ଏହି ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ।

Advertisment
Cyclone Yass
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ