Advertisment

DA Hike: ସରକାରୀ କର୍ମଚାରୀଙ୍କୁ ଦୀପାବଳି ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ରାଜ୍ୟ ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳୀ ଭେଟି। ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ବଢ଼ି ୫୮ ପ୍ରତିଶତ ହେଲା। ଏହା ଗତ ଜୁଲାଇ ୨୫ରୁ ପିଛିଲା ଭାବେ ଲାଗୁ ହେବ।

DA Hike

DA Hike Photograph: (OTV)

Advertisment

ସରକାରୀ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦୀପାବଳି ଭେଟି। ବଢିଲା ମହଙ୍ଗା ଭତ୍ତା । ୩ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର।  ମହଙ୍ଗା ଭତ୍ତା ୫୫%ରୁ ୫୮ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ୨୦୨୫ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ । 
ଏହା ସହିତ ପେନସନଭୋଗୀଙ୍କ ଟି.ଆଇରେ ମଧ୍ୟ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ୮ଲକ୍ଷ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ।

Advertisment
DA Hike
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ