Advertisment

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ଶୈଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଏବଂ କଳା ଆଦି ପାରମ୍ପରିକ ରଙ୍ଗରେ ଶୃଙ୍ଗାର ହୋଇସାରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଝଲସି ଉଠିବ। ଶ୍ରୀଜଗନ୍ନାଥଙ୍କ ଏହି ବେଶ ଶ୍ରେଷ୍ଠ ନୀତି ମଧ୍ୟରେ […]

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

puri

Advertisment

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ଶୈଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

Advertisment

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଏବଂ କଳା ଆଦି ପାରମ୍ପରିକ ରଙ୍ଗରେ ଶୃଙ୍ଗାର ହୋଇସାରିବା ପରେ ମହାପ୍ରଭୁଙ୍କ ଶ୍ରୀମୁଖ ଝଲସି ଉଠିବ। ଶ୍ରୀଜଗନ୍ନାଥଙ୍କ ଏହି ବେଶ ଶ୍ରେଷ୍ଠ ନୀତି ମଧ୍ୟରେ ଅନ୍ୟତମ ।

ବନକଲାଗି ନୀତି ମହାପ୍ରଭୁଙ୍କର ଏକ ଗୁପ୍ତ ସେବା ଓ ପ୍ରାୟ ଚାରିଘଣ୍ଟାର ସେବା ହୋଇଥାଏ। ଏହି କାରଣରୁ ଅପରାହ୍ନ ଚାରିଟାରୁ ରାତି ଆଠଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

Advertisment

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ