Advertisment

ବାତ୍ୟା ‘ୟାସ୍‌’ରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ, ୨୬ ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡ୍‌ଫଲ୍

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟା ‘ୟାସ୍‌‘ରେ ପରିଣତ ହୋଇଛି। ଆଜି ଭୋର ୫ଟା ୩୦ରେ ଏହା ବାତ୍ୟାର ରୂପ ନେଇଛି। ଏନେଇ ପାଣିପାଗ ବିଜ୍ଞାନୀ ରାଜେନ୍ଦ୍ର ଜେନାମଣିଙ୍କ ସୂଚନା ଦେଇଛନ୍ତି। ଏହା ଆହୁରି ଘନୀଭୂତ ହେବା ସହ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରର ଓଡ଼ିଶା […]

ବାତ୍ୟା ‘ୟାସ୍‌’ରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ, ୨୬ ତାରିଖ ମଧ୍ୟାହ୍ନରେ ଲ୍ୟାଣ୍ଡ୍‌ଫଲ୍

cyclone yaas

Advertisment

ଭୁବନେଶ୍ୱର: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ବାତ୍ୟା ‘ୟାସ୍‌‘ରେ ପରିଣତ ହୋଇଛି। ଆଜି ଭୋର ୫ଟା ୩୦ରେ ଏହା ବାତ୍ୟାର ରୂପ ନେଇଛି। ଏନେଇ ପାଣିପାଗ ବିଜ୍ଞାନୀ ରାଜେନ୍ଦ୍ର ଜେନାମଣିଙ୍କ ସୂଚନା ଦେଇଛନ୍ତି। ଏହା ଆହୁରି ଘନୀଭୂତ ହେବା ସହ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ରହିଛି। ଏହାପରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରର ଓଡ଼ିଶା ଉପକୂଳରେ ପହଞ୍ଚିବ। ୨୬ ତାରିଖ ମଧ୍ୟାହ୍ନରେ ବାତ୍ୟା ‘ୟାସ୍‌’ ଲ୍ୟାଣ୍ଡଫଲ୍ କରିବ ବୋଲି ପାଣିପାଗ ବିଜ୍ଞାନୀ ରାଜେନ୍ଦ୍ର ଜେନାମଣି କହିଛନ୍ତି। ଏହା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡ୍‌ଫଲ୍‌ କରିବ ବୋଲି ଜଣାପଡ଼ିଛି। ବର୍ତ୍ତମାନ ଏହା ପୋର୍ଟ ବ୍ଲେୟର ଠାରୁ ୬୦୦ କି.ମି., ପାରାଦୀପ ଠାରୁ ଦକ୍ଷିଣ ଦକ୍ଷିଣପୂର୍ବକୁ ୫୪୦ କି.ମି. ଦୂରରେ ରହିଥିବା ବେଳେ ବାଲେଶ୍ୱରରୁ ଦକ୍ଷିଣ ଦକ୍ଷିଣ-ପୂର୍ବର ୬୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି।

Advertisment

ବାତ୍ୟା ୟାସ୍ ର ସମସ୍ତ ଲାଇଭ ଉପଡେଟ୍ ପଢନ୍ତୁ

ଆଇଏମ୍‌ଡି ଡିଜିଙ୍କ ସୂଚନା ଅନୁଯାୟୀ, ‘ୟାସ୍’ ଲ୍ୟାଣ୍ଡଫଲ୍ କରିବା ବେଳେ ପବନର ବେଗ ଘଣ୍ଟାକୁ ୧୫୫ରୁ ୧୬୫ କିଲୋମିଟର ରହିପାରେ। ସ୍ଥଳ ବିଶେଷରେ ଏହା ୧୮୫ କିଲୋମିଟର ପର୍ଯ୍ୟନ୍ତ ବି ଯିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୫, ୨୬ ଓ ୨୭ ଏହି ତିନି ଦିନ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ପବନ ଲାଗି ରହିପାରେ। ସବୁଠୁ ଅଧିକ ପ୍ରଭାବିତ ହେବ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର। ଯାଜପୁର, କଟକ ଓ ମୟୂରଭଞ୍ଜରେ ବି ବାତ୍ୟାର ପ୍ରଭାବ ଅଧିକ ରହିବ। ପ୍ରବଳ ପବନ ଯୋଗୁ ବଡ଼ବଡ଼ ଗଛ ଧରାଶାୟୀ ହୋଇପାରେ। ଆଜ୍‌ବେଷ୍ଟସ୍‌, କଚ୍ଚା ଓ ଟିଣ ଘର ଭାଙ୍ଗି ଯାଇପାରେ। ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ି ଯାଇପାରେ। ସ୍ଥିତିକୁ ଦେଖି ପାଣିପାଗ ବିଭାଗ ପକ୍ଷରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ମୟୂରଭଞ୍ଜ ଜିଲ୍ଲାରେ ୨୬ ତାରିଖ ପାଇଁ ରେଡ୍ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

ବାତ୍ୟା ପାଇଁ ଓଡ଼ିଶାର ୧୦ ଜିଲ୍ଲାରେ ଲକ୍‌ଡାଉନ୍‌ କଟକଣା ସାମାନ୍ୟ କୋହଳ ହୋଇଛି। ଏନେଇ SRCଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି।

Advertisment
Cyclone Yass
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ