ପ୍ରବଳ ଭିଡ଼ ହେଉଥିବାରୁ ନଆସିବାକୁ ଅନୁରୋଧ କଲେ...ଯେଉଁଠି ଥାଇ ଡାକିଲେ ଭଗବାନ ସେମାନଙ୍କ କଥା ଶୁଣିବେ...ଅତ୍ୟଧିକ ଆଗ୍ରହ ଦେଖାଇ ଭିଡ଼ ଭିତରକୁ ନପଶିବାକୁ ଅନୁରୋଧ...
ଲଘୁଚାପ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ... ଆସନ୍ତାକାଲି ସାମାନ୍ୟ କମିବ ବର୍ଷାର ପରିମାଣ
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।
ଗାଁକୁ ଯିବ ତ କଚଡେ ଖାଇବ...ଆଣ୍ଠୁଏ କାଦୁଅରେ ଘାଂଟି ହେବ । ସାଇକେଲ୍ରେ ବସି ନୁହେଁ ବରଂ କାନ୍ଧରେ ବୋହି ଘରକୁ ଯାଉଛନ୍ତି ଲୋକେ । ଜାଣିଛନ୍ତି କି ଏ ବିଶ୍ୱସ୍ତରୀୟ ରାସ୍ତା କୁଆଡୁ କୁଆଡୁକୁ ଯାଇଛି ?
ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆସନ୍ତା ୧୮ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି।
ଗତ କିଛି ଦିନ ଧରି ଶୁଖିଲା ପାଗ ରହି ଥିବାବେଳେ ଆଜିଠୁ ପୁଣି ଥରେ ବର୍ଷା ଆରମ୍ଭ ହୋଇପାରେ। ଆଜି ମୁଖ୍ୟତଃ ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରୋ
ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ମଧ୍ୟ ରହିଛି
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ରାତିରେ ଘର ଚଟାଣରେ ଶୋଇଥିଲା ବେଳେ ଚିତି ସାପ କାମୁଡ଼ିଲା । ମୃତ ୨ ଭାଇଙ୍କ ବୟସ ୧୪ ବର୍ଷ ଓ ୮ ବର୍ଷ ସୂଚନା । ତେବେ ସାପ କାମୁଡ଼ାରୁ ରକ୍ଷା ପାଇବା ପାଇଁ କ’ଣ କରିବେ, ଜାଣନ୍ତୁ...।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଶ୍ରାବଣ ଅଧାରେ ପ୍ରାୟ ୪୦ % ଜମିରେ ଆରମ୍ଭ ହୋଇନି ଧାନଚାଷ । ସ୍ୱଳ୍ପ ମିଆଦୀ ଧାନ ଚାଷ ପାଇଁ ବିଶେଷଜ୍ଞଙ୍କ ପରାମର୍ଶ । ରାଜ୍ୟ ସରକାର କହିଲେ, ଏଯାଏଁ ଆସିନି ମରୁଡ଼ି ସ୍ଥିତି । ସ୍ଥିତି ଉପରେ ନଜର ରଖିଛୁ, ଆବଶ୍ୟକ ହେଲେ ପଦକ୍ଷେପ ନିଆଯିବ ।
ମନ୍ଦିରରେ ଶୋଇଥିବା ଅବସ୍ଥାରେ ଜଣେ ବୋଲ୍ବମ୍ କାଉଡ଼ିଆଙ୍କ ମୃତ୍ୟୁ ହୋଇଛି। ଦେବଗଡ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡେଶ୍ୱର ମନ୍ଦିର ପରିସରରେ ଏହି ଅଭାବନୀୟ ଘଟଣା ଘଟିଛି।
ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।
ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତ୍ତର ଓଡିଶା-ଝାଡ଼ଖଣ୍ଡ ମଧ୍ୟ ଦେଇ ଗତିକରିବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
କେଉଁ କେଉଁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି, ଦେଖି ନିଅନ୍ତୁ ତାଲିକା...
ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।
ଆଉ ୨ରୁ ୩ ଦିନ ଭିତରେ ଓଡିଶାକୁ ମୌସୁମୀ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିବା ପରେ, ଆଶ୍ୱସ୍ତ ହୋଇଛନ୍ତି ଖରା ଓ ଗୁଳୁଗୁଳିରେ ସନ୍ତୁଳି ହେଉଥିବା ସାଧାରଣ ଜନଜୀବନ । ଖାସ୍ କରି ଚାଷୀଙ୍କ ମଧ୍ୟରେ ଖୁସିର ଲହରି ।
୧୬ ତାରିଖରେ ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ଅନୁଗୁଳ, ଦେବଗଡ, ବୌଦ୍ଧ, ବଲାଙ୍ଗିରକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି ।