Heavy rain Photograph: (OTV)
ବାତ୍ୟା ପ୍ରଭାବରେ ଓଡ଼ିଶାରେ ହେବ ଅତିପ୍ରବଳ ବର୍ଷା। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆନ୍ଧ୍ର ଉପରେ ବାତ୍ୟାର ପ୍ରଭାବ ଅଧିକ ରହିବ। କିନ୍ତୁ ଓଡ଼ିଶାରେ ପ୍ରଭାବରେ ପ୍ରବଳ ବର୍ଷା ହେବ। ଆଜିଠୁ ପାଗ ବଦଳୁଥିବା ବେଳେ ୨୭ରୁ ୨୯ ତାରିଖ, ତିନି ଦିନ ଯାଏଁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ କାଚିବ।
୨୭ରେ କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବାବେଳେ ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିକୁ ବି ଦିଆଯାଇଛି ସମାନ ଚେତାବନୀ। ସେହିପରି ୨୮ରେ କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ ୨୯ରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକକୁ ବି ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।
ଏହି ସମୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତର ଚେତାବନୀ ଦିଆଯାଇଛି। ଝଡ଼ତୋଫୋନ ସହ ଏହି ସମୟରେ ୬୦ରୁ ୭୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ। ୩୦ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ। ସେପଟେ କାଲିଠୁ ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/25/heavy-rain-2025-10-25-10-17-29.jpg)