/odishatv-khabar/media/post_attachments/uploadimage/library/16_9/16_9_0/death-123-1_1626760229.jpg)
death
ଭୁବନେଶ୍ୱର: ଓଡ଼ିଶା ପୁଲିସ୍ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ତୁଷାର ଶର୍ମାଙ୍କ ପରଲୋକ ହୋଇଛି। ଦିଲ୍ଲୀର ଏକ ହସପିଟାଲରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ସେ ନିମୋନିଆରେ ପୀଡ଼ିତ ଥିଲେ।
Advertisment
ଗତ ଦୁଇ ତାରିଖରେ ଭୁବନେଶ୍ୱରର ଏକ ହସପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଏଆର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥିତ ଗଙ୍ଗାରାମ ହସପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସୁଧୁରିବା ବଦଳରେ ଦିନକୁ ଦିନ ବିଗଡ଼ିବାରେ ଲାଗିଥିଲା।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)