Economic Survey Photograph: (OTV)
ଆଜି ବିଧାନସଭାରେ ଉପସ୍ଥାପନ ହେବ ଅର୍ଥନୈତିକ ସର୍ଭେ ରିପୋର୍ଟ । ଆସନ୍ତାକାଲି ରାଜ୍ୟ ବଜେଟ୍ ପୂର୍ବରୁ ଆଜି ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରାଯିବ । ତେବେ ବଜେଟ ଅଧିବେଶନର ତୃତୀୟ ଦିନରେ ବି ବେଶ ସରଗରମ ରହିବ ଗୃହ । ଆଜି ବି ଚାଷୀ ପ୍ରସଙ୍ଗକୁ ନେଇ ଗୃହ ହୁଲସ୍ତୁଲ ହୋଇପାରେ।
ରାଜ୍ୟରେ ଧାନ କିଣା ଅବ୍ୟବସ୍ଥା, ମଣ୍ଡି ସମସ୍ୟା, କଟନୀ ଛଟନୀ ପ୍ରସଙ୍ଗକୁ ବିରୋଧୀ ଉଠାଇପାରନ୍ତି। ଯଦି ଗୃହ ସ୍ବଭାବିକ ହୁଏ ତେବେ ପ୍ରଶ୍ନକାଳରେ ଜଳ ସମ୍ପଦ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା,ଯୋଜନା ଓ ସଂଯୋଜନା, ଇସ୍ପାତ ଓ ଖଣି, ସୂଚନା ଓ ଲୋକସମ୍ପର୍କ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରଶ୍ନଉତ୍ତର କାର୍ଯ୍ୟକ୍ରମ ରହିଛି ।
ଶୂନ୍ୟକାଳରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟମାନେ ଗୃହରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇ ପାରନ୍ତି। ଅପରାହ୍ନରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଗୃହରେ ବିବୃତି ରଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/02/19/economic-survey-2026-02-19-09-52-39.jpg)