Advertisment

ଜେଲ୍‌ ଗଲେ ବହିଷ୍କୃତ ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଜେଲ୍‌ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଜାମିନ ଆବେଦନ ଖାରଜ ହେବା ପରେ ତାଙ୍କୁ ଭୁବନେଶ୍ୱର SDJM କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି। ଆକାଶ ପାଠକ ଲିଙ୍କରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତକାଲିି କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଗିରଫ ପରେ ତାଙ୍କୁ ଭୁବନେଶ୍ୱର SDJM କୋର୍ଟରେ ହାଜର କରିଥିଲା କ୍ରାଇମ୍‌ବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା […]

ଅଦ୍ୟତନ ହୋଇଛି
ଜେଲ୍‌ ଗଲେ ବହିଷ୍କୃତ ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ

pradeep panigrahi

Advertisment

ଭୁବନେଶ୍ୱର: ଜେଲ୍‌ ଗଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ଜାମିନ ଆବେଦନ ଖାରଜ ହେବା ପରେ ତାଙ୍କୁ ଭୁବନେଶ୍ୱର SDJM କୋର୍ଟ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି।

Advertisment

ଆକାଶ ପାଠକ ଲିଙ୍କରେ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତକାଲିି କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଗିରଫ ପରେ ତାଙ୍କୁ ଭୁବନେଶ୍ୱର SDJM କୋର୍ଟରେ ହାଜର କରିଥିଲା କ୍ରାଇମ୍‌ବ୍ରାଞ୍ଚ। ଟାଟା କମ୍ପାନୀରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ଦର୍ଶାଇ ପ୍ରଦୀପଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ସାଇବର ଥାନାରେ ଥିବା ମାମଲାରେ ପ୍ରଦୀପଙ୍କୁ ଗିରଫ କରାଯାଇଥିବା କ୍ରାଇମ୍‌ବ୍ରାଞ୍ଚ ଦର୍ଶାଇଛି।

ତାଙ୍କ ବିରୋଧରେ ଆଇଟି ଆକ୍ଟର ସଙ୍ଗୀନ ଦଫା ଲଗାଯାଇଛି। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ତାଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ପ୍ରଦୀପଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ଥିବା ଦର୍ଶାଇଛି ତଦନ୍ତକାରୀ ସଂସ୍ଥା।

Advertisment

କି, ନିଲମ୍ବିତ IFS ଅଧିକାରୀ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ ନିଜକୁ ଟାଟା ମୋଟର୍ସ ପାସେଞ୍ଜର କାର ଡିଭିଜନର ଇନ୍‌ଚାର୍ଜ ମ୍ୟାନେଜିଂ ଡାଇରେକ୍ଟର ବୋଲି ଦର୍ଶାଇ ଲୋକଙ୍କୁ ଚାକିରି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଉଥିଲେ ଓ ପ୍ରଦୀପ ତାଙ୍କ ପାଇଁ ଟଙ୍କା ଆଦାୟ କରୁଥିବା ଅପରାଧରେ ଗିରଫ କରାଯାଇଥିବା କ୍ରାଇମ୍‌ବ୍ରାଞ୍ଚ ଦର୍ଶାଇଛି।

ତେବେ କୋର୍ଟରେ ହାଜର ବେଳେ ପ୍ରଦୀପ କହିଥିଲେ, ମୁଁ ଯାହା କହୁଥିଲି ସେଇୟା ହେଲା।

ପତ୍ନୀ ସୁଜାତା ପାଣିଗ୍ରାହୀ କହିଲେ: ସ୍ୱାମୀଙ୍କର କିଛି ହେଲେ ସମସ୍ତଙ୍କୁ କାଠଗଡ଼ାକୁ ଟାଣିବି

Advertisment
Pradeep Panigrahi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ