Advertisment

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର: ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ  ମତଦାନ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଛି। ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ୪ ଲୋକସଭା ଆସନ ହେଉଛି କଳାହାଣ୍ଡି, କୋରାପୁଟ, ବ୍ରହ୍ମପୁର ଓ ନବରଙ୍ଗପୁର। ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ମଧ୍ୟ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ପ୍ରଥମ […]

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ

election

Advertisment

ଭୁବନେଶ୍ୱର: ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ  ମତଦାନ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଛି। ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ୪ ଲୋକସଭା ଆସନ ହେଉଛି କଳାହାଣ୍ଡି, କୋରାପୁଟ, ବ୍ରହ୍ମପୁର ଓ ନବରଙ୍ଗପୁର। ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ମଧ୍ୟ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି।

Advertisment

ପ୍ରଥମ ପର୍ଯ୍ୟାୟରେ ୪ଲୋକସଭା ଆସନ ପାଇଁ ୨୬ ଜଣ ପ୍ରାର୍ଥୀ ମଇଦାନରେ ଅଛନ୍ତି। ସେହିପରି ୨୮ ବିଧାନସଭା ଆସନ ପାଇଁ ୧୯୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ପ୍ରଥମ ପର୍ଯ୍ୟାୟରେ ମୋଟ୍ ୬୦ଲକ୍ଷ ୩  ହଜାର ୭୦୭ ଜଣ ମତଦାତା ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ।  ସେମାନଙ୍କ ମଧ୍ୟରୁ ମହିଳା ଭୋଟରଙ୍କ ସଂଖ୍ୟା ହେଉଛି ୩୦ ଲକ୍ଷ ୩୦ ହଜାର ୨୨୨।

ସୁରୁଖୁରୁରେ ମତଦାନ ପାଇଁ ୭ ହଜାର ୨୩୩ଟି ପୋଲିଂ ବୁଥ୍ କରାଯାଇଛି। ସେଥିମଧ୍ୟରୁ ୨୩ଶହ ୭୫ଟି ଅତି ସମ୍ବେଦନଶୀଳ ବୁଥ୍ ଭାବେ ଚିହ୍ନଟ ହୋଇଛି।  ମତଦାନ ସନ୍ଧ୍ୟା ୬ଟାରେ ଶେଷ ହେବ।  ତେବେ ମାଓ ଉପଦ୍ରୁତ ଓ ଦୁର୍ଗମ ଅଞ୍ଚଳରେ ଅପରାହ୍ଣ ୪ଟାରେ ମତଦାନ ଶେଷ ହେବ।

Advertisment

ଚଳିତ ନିର୍ବାଚନରେ ପ୍ରଥମ ଥର ଲାଗି ସବୁ ବୁଥ୍‌ରେ EVM ସହ ଭିଭିପାଟ୍‌ଙ୍କ ସଂଯୋଗ କରାଯାଇଛି। ଫଳରେ ଭୋଟରମାନେ କେଉଁ ପ୍ରାର୍ଥୀଙ୍କୁ ଭୋଟ୍ ଦେଲେ। ତାହା ଭିଭିପାଟ୍ ସ୍କ୍ରିନ୍‌ରେ ଦେଖିପାରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ