Advertisment

Subhadra Yojana: ଆଜି ଆସିବ ସୁଭଦ୍ରା କିସ୍ତି, ଉପକୃତ ହେବେ କୋଟିଏରୁ ଅଧିକ ମହିଳା

ଅନ୍ତର୍ଜାତୀୟ ମହିଳା ଦିବସରେ ଆଜି ଆସିବ ସୁଭଦ୍ରା କିସ୍ତି। ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି। ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳା।

Subhadra Yojana

Subhadra Yojana Photograph: (OTV)

Advertisment

ଆଜି ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଡିବିଟି ମାଧ୍ୟମରେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ଯୋଗ୍ୟ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ୫ ହଜାର କୋଟିରୁ ଅଧିକ ଟଙ୍କା। ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ତାଳବଣିଆରେ ସୁଭଦ୍ରା ସମାବେଶରେ ଯୋଗଦେଇ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ମୁଖ୍ୟମନ୍ତ୍ରୀ। 

Advertisment

ସବୁଠୁ ବଡ଼ କଥା ହେଉଛି ଏଥର ୨ ଲକ୍ଷ ୧୩ ହଜାର ନୂଆ ହିତାଧିକାରୀ ସୁଭଦ୍ରା ଟଙ୍କା ପାଇବେ । ଯେଉଁମାନଙ୍କୁ ୨୧ ବର୍ଷ ହେବ ସେମାନେ ତାଲିକାରେ ସାମିଲ ହେବେ, ୬୦ ଟପିଲେ ସୁଭଦ୍ରାରୁ ନାଁ କଟି ସିଧା ପେନସନ୍ ଲିଷ୍ଟକୁ ଯିବେ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

Subhadra Yojana
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ