/odishatv-khabar/media/post_attachments/uploadimage/library/16_9/16_9_0/bhbani_1627286106.jpg)
bhbani
ଭୁବନେଶ୍ୱର: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ୯୮ ବର୍ଷ ବୟସରେ ପରଲୋକ ହୋଇଛି। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ବିୟୋଗ ହୋଇଥିବା ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ୧୯୨୨ ମସିହା ମେ ମାସ ୧୧ ତାରିଖରେ ପୁରୀ ଜିଲ୍ଲାର ନିମାପଡ଼ାଠାରେ ଜନ୍ମ ହୋଇଥିଲେ। ସେ ମହାତ୍ମାଗାନ୍ଧିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ୧୯୪୨ ମସିହାରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗ ଦେଇଥିଲେ।
ଏଥିସହିତ ସେ ତିନିଥର ସାଂସଦ ହୋଇଛନ୍ତି। ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ୩ ଥର ଲୋକସଭା ଏବଂ ରାଜ୍ୟସଭା ସାଂସଦ ଭାବେ କାର୍ଯ୍ୟ କରିଛନ୍ତି। ୨୦୧୮ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା।
ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ନେତା ଜନତା ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟ୍ କରି ଲେଖିଛନ୍ତି 'ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜଣେ ମହାନ ଗାନ୍ଧିବାଦୀ ଭାବେ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।'
ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଜଣେ ମହାନ ଗାନ୍ଧିବାଦୀ ଭାବେ ସେ ସର୍ବଦା ସ୍ମରଣୀୟ ରହିବେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।
— Naveen Patnaik (@Naveen_Odisha) May 14, 2020
ସେହିଭଳି ବୈଜୟନ୍ତ ମଧ୍ୟ ଭବାନୀଙ୍କ ବିୟୋଗରେ ଶୋକପ୍ରକାଶ କରିବା ସହିତ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
ସେ ଟ୍ୱିଟ୍ କରି ଲେଖିଛନ୍ତି ' ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ଗାନ୍ଧିବାଦୀ ତଥା ପୂର୍ବତନ ସାଂସଦ ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ଦେହାନ୍ତରେ ମୋତେ ମର୍ମାହତ କରିଛି। ମୁଁ ତାଙ୍କୁ ମୋ ପିଲାବେଳୁ ଜାଣିଛି। ମୋ ବାପାମାଙ୍କ ସହିତ ତାଙ୍କର ଘନିଷ୍ଠତା ଥିଲା। ସେ ବାରମ୍ବାର ଆମ ଘରକୁ ମଧ୍ୟ ଆସୁଥିଲେ। ତାଙ୍କ ଶୋକସନ୍ତପ୍ତ ପରିବାରକୁ ମୋର ସମବେଦନା'
Very saddened to learn of the demise of Gandhian, veteran freedom fighter, former Member of Parliament, Padma Shri Bhabani Charan Patnaik
I remember him fondly from my childhood, he was acquainted w/my parents & frequented our home.
Condolences to the bereaved family
Om Shanti? pic.twitter.com/lFhD0pfXVX— Baijayant Jay Panda (@PandaJay) May 14, 2020
ସେହିଭଳି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ କରି ଭବାନୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିବା ସହିତ ଓଡ଼ିଶାରୁ ଦେଶର ମୁକ୍ତି ସଂଗ୍ରାମର ସୂର୍ଯ୍ୟଙ୍କର ଅସ୍ତ ଘଟିଲା ବୋଲି ଟ୍ୱିଟ୍ କରିଛନ୍ତି।
ତିନି ତିନି ଥର ରାଜ୍ୟସଭା ସାଂସଦ ଥିବା ଭବାନୀ ବାବୁ ଶେଷ ପର୍ଯ୍ୟନ୍ତ ଜନସେବାରେ ନିୟୋଜିତ ଥିଲେ । ତାଙ୍କର ମୃତ୍ୟୁରେ ଓଡିଶାରୁ ଦେଶର ମୁକ୍ତି ସଂଗ୍ରାମର ସୂର୍ଯ୍ୟଙ୍କର ଅସ୍ତ ଘଟିଲା । ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
— Dharmendra Pradhan (@dpradhanbjp) May 14, 2020
ଦେଶ ସେବା ପାଇଁ ସବୁବେଳେ ଜୀବନକୁ ଉତ୍ସର୍ଗ କରିଥିବା ଭବାନୀଙ୍କ ମୃତ୍ୟୁ ପରେ ତାଙ୍କ ଶରୀରକୁ ଶ୍ରୀରାମ ଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟକୁ ଦାନ କରିବେ ବୋଲି ଇଚ୍ଛା ପ୍ରକାଶ କରିଥିଲେ। ନିକଟରେ ଯାଇଥିବା ତାଙ୍କ ଜନ୍ମଦିନରେ ଏପରି ଇଚ୍ଛା ପୋଷଣ କରିଥିଲେ ଏହି ମହାନ ପୁରୁଷ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)