/odishatv-khabar/media/post_attachments/uploadimage/library/16_9/16_9_0/rainfall-11_1625269458.jpg)
rainfall 11
ନୂଆଦିଲ୍ଲୀ/ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅକ୍ଟୋବର ୯ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨-୩ ଦିନ ମଧ୍ୟରେ ଡିପ୍ରେସନରେ ପରିଣତ ହୋଇ ଏହା ଉତ୍ତରପଶ୍ଚିମ ଦିଗରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିପାରେ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
/odishatv-khabar/media/post_attachments/wp-content/uploads/2020/10/imd.jpg)
ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଅକ୍ଟୋବର ୧୧ରୁ ୧୩ ମଧ୍ୟରେ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଉତ୍ତର ତାମିଲନାଡୁ, ଆନ୍ଧ୍ର ପ୍ରଦେଶ ଉପକୂଳ, ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟର ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ଆକଳନ କରିଛି।
Conditions are becoming favourable for further withdrawal of Southwest Monsoon from entire Rajasthan, some more parts of Uttar Pradesh & Madhya Pradesh and some parts of Gujarat state during next 2 days.
— India Met. Dept. (@Indiametdept) October 4, 2020
ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଏବେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ମଧ୍ୟରେ ଓଡ଼ିଶା, ବିହାର, ଝାଡ଼ଖଣ୍ଡର ଅଧିକାଂଶ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)