/odishatv-khabar/media/post_attachments/uploadimage/library/16_9/16_9_0/467_1626693108.jpg)
467
ପୁରୀ:ସ୍ନାନବେଦୀରେ ସ୍ନାନ ପରେ ଗଜାନନ ବେଶରେ ସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଚତୁର୍ଦ୍ଧାମୂରତୀ। ଏହି ଅପୂର୍ବ ଦୃଶ୍ୟକୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଲାଗିଛି।
Advertisment
ଏଥିସହ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ଆଦ୍ୟପର୍ବ ଆରମ୍ଭ ହୋଇଛି। ମଙ୍ଗଳବାର ମହାପ୍ରଭୁ ଅଣସରରେ ରହିବା ସହ ପଟି ଦିଅଁ ଭାବେ ଭକ୍ତଙ୍କୁ ଦର୍ଶନ ଦେବେ। ପ୍ରଥମେ ସୁଦର୍ଶନ, ପରେ ବଳଭଦ୍ର, ମା’ ସୁଭଦ୍ରା ଓ ଶେଷରେ ମହାପ୍ରଭୁଙ୍କୁ ଧାଡ଼ି ପହଣ୍ଡିରେ ଆସି ସ୍ନାନମଣ୍ଡପରେ ବିରାଜମାନ କରିଥିଲେ।
ଶ୍ରୀମନ୍ଦିର ପରିସର ସ୍ଥିତ ସୁନା କୂଅରୁ ଆସିଥିବା ୧୦୮ ଗଡ଼ୁ ସୁବାସିତ ଜଳରେ ମହାପ୍ରଭୁଙ୍କୁ ସ୍ନାନ କରାଯାଇଥିଲା। ସ୍ନାନ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି। ତେଣୁ ମହାପ୍ରଭୁଙ୍କୁ ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)