/odishatv-khabar/media/post_attachments/uploadimage/library/16_9/16_9_0/rra_1626686482.jpg)
rra
ପୁରୀ : ପର୍ଯ୍ୟଟନ ସହର ପୁରୀରେ ଲଜ୍ଜା। ଯୁବତୀଙ୍କ ସହ ଗଣଦୁଷ୍କର୍ମର ଚାଞ୍ଚଲ୍ୟକର ଅଭିଯୋଗ। ଝାଡ଼େଶ୍ୱରୀ କ୍ଲବ୍ ନିକଟ କ୍ୱାର୍ଟର୍ସରେ ଏହି ଜଘନ୍ୟକାଣ୍ଡ ଘଟିଥିବାର ସୂଚନା।
ଅଭିଯୋଗ ଅନୁଯାୟୀ, ଯୁବତୀ ଜଣକ ନିମାପଡ଼ା ବସ୍ଷ୍ଟାଣ୍ଡରେ କାକଟପୁର ଅଞ୍ଚଳକୁ ଯିବା ପାଇଁ ଅପେକ୍ଷାରେ ଥିଲେ। ଏହି ସମୟରେ ୪ ଜଣ ଯୁବକ ପୁଲିସ୍ ପରିଚୟ ଦେଇ ତାଙ୍କୁ ତାଙ୍କ ଘରେ ଛାଡ଼ିଦେବାକୁ କହି କାର୍ରେ ଝାଡ଼େଶ୍ୱରୀ କ୍ଲବ୍ ନିକଟ କ୍ୱାର୍ଟର୍ସକୁ ନେଇ ଯାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।
ତେବେ ଘଟଣା ସମୟରେ ଯୁବତୀ ଜଣଙ୍କ ପର୍ସକୁ ଅକ୍ତିୟାର କରି ନେଇଥିଲେ। ଏହି ପର୍ସରୁ ଜିତେନ୍ଦ୍ର ସେଠୀ ନାମକ ଜଣେ କନଷ୍ଟେବଲଙ୍କର ଆଇ କାର୍ଡ ମିଳିଥିବା ସୂଚନା ମିଳିଛି । ପୀଡ଼ିତା ଯୁବତୀ ଏନେଇ କୁମ୍ଭାରପଡ଼ା ଥାନାରେ ଅଭିଯୋଗ କରିବା ପରେ ପୁଲିସ୍ ତନାଘନା ଆରମ୍ଭ କରିଛି।
ସେପଟେ ହାଇଦ୍ରାବାଦରେ ଡାକ୍ତରାଣୀଙ୍କୁ ଗଣଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ତୀବ୍ର ପ୍ରତିବାଦର ସ୍ୱର ଉଠିଲା ବେଳେ ଦୋଷୀଙ୍କୁ କଡ଼ା ଦଣ୍ଡ ଦେବାକୁ ବିଭିନ୍ନ ମହଲରୁ ଦାବି ହେଉଛି। ଏହାକୁ ନେଇ ଆଜି ସଂସଦରେ ଉଦ୍ବେଗ ପ୍ରକାଶ ପାଇଥିବା ବେଳେ ମହିଳାଙ୍କ ସୁରକ୍ଷା ନେଇ ଭୁବନେଶ୍ୱର-କଟକ କମିଶନରେଟ୍ ପୁଲିସ ଜାରି କରିଛି ଗାଇଡ୍ଲାଇନ୍। ଅସୁବିଧାରେ ପଡ଼ିଥିବା ମହିଳାମାନେ ତୁରନ୍ତ ୧୦୦କୁ ଡାଏଲ୍ କରି ପିସିଆର ଭ୍ୟାନ୍ ନପହଞ୍ଚିବା ଯାଏଁ ସପିଂ ଏରିଆ ବା ପେଟ୍ରୋଲ ପମ୍ପ ଭଳି ପବ୍ଲିକ ପ୍ଲେସ୍ ରହିବାକୁ ପରାମର୍ଶ ଦେଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)