Advertisment

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ଜାମିନ। ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ୨…

ଅଦ୍ୟତନ ହୋଇଛି
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

pradeep-panigrahi

Advertisment

ଭୁବନେଶ୍ୱର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଆଉ ଏକ ମାମଲାରେ ଜାମିନ। ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି। ପ୍ରଦୀପଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିବାବେଳେ ପୂର୍ବରୁ ୫ଟିରେ ତାଙ୍କୁ ଜାମିନ ମିଳି ସାରିଥିଲା। ଆଜି ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି।

Advertisment

ଆକାଶ ପାଠକ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡିସେମ୍ବର ୪ରେ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଟାଟା କଂପାନିରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ଦର୍ଶାଇଥିଲା ତଦନ୍ତକାରୀ ସଂସ୍ଥା। ତାଙ୍କ ବିରୋଧରେ ଆଇଟି ଆକ୍ଟର ସଂଗୀନ ଦଫା ଲଗାଯାଇଥିଲା। ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ତାଙ୍କୁ ଗିରଫ କରାଯାଇଥିଲା।

ଆକାଶ ପାଠକ ନିଜକୁ ଟାଟା ମୋଟର୍ସ ପାସେଞ୍ଜର କାର ଡିଭିଜନର ଇନ୍‌ଚାର୍ଜ ମ୍ୟାନେଜିଂ ଡାଇରେକ୍ଟର ବୋଲି ଦର୍ଶାଇ ଲୋକଙ୍କୁ ଚାକିରି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଉଥିଲେ ଓ ପ୍ରଦୀପ ତାଙ୍କ ପାଇଁ ଟଙ୍କା ଆଦାୟ କରୁଥିବା ଅପରାଧରେ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ଦର୍ଶାଇଥିଲା।

Advertisment
Pradeep Panigrahi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ