Advertisment

ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର: ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଜେଲରୁ ମୁକୁଳିଛନ୍ତି ପ୍ରଦୀପ । ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟରୁ ଜାମିନ ପାଇଥିଲେ ପ୍ରଦୀପ । ଠକେଇ ଅଭିଯୋଗରେ ଗତ ଡିସେମ୍ବରରୁ…

ଅଦ୍ୟତନ ହୋଇଛି
ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

pradeep-panigayrjhi

Advertisment

ଭୁବନେଶ୍ୱର: ଝାରପଡ଼ା ଜେଲରୁ ମୁକୁଳିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଜେଲରୁ ମୁକୁଳିଛନ୍ତି ପ୍ରଦୀପ । ଶୁକ୍ରବାର ଷଷ୍ଠ ମାମଲାରେ ହାଇକୋର୍ଟରୁ ଜାମିନ ପାଇଥିଲେ ପ୍ରଦୀପ । ଠକେଇ ଅଭିଯୋଗରେ ଗତ ଡିସେମ୍ବରରୁ ଗିରଫ ହୋଇ ଜେଲରେ ଥିଲେ ପ୍ରଦୀପ ।

Advertisment

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଶୁକ୍ରବାର ଶେଷ ମାମଲାରେ ଜାମିନ ଦିଆଯାଇଥିଲା । ଗୋଳନ୍ଥରା ଥାନା ମାମଲାରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । ନିମ୍ନ କୋର୍ଟରେ ୨ ଲକ୍ଷ ଟଙ୍କା ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୨ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି । ପ୍ରଦୀପଙ୍କ ବିରୋଧରେ ମୋଟ୍ ୬ଟି ମାମଲା ଥିବାବେଳେ ପୂର୍ବରୁ ୫ଟିରେ ତାଙ୍କୁ ଜାମିନ ମିଳି ସାରିଥିଲା । ଶୁକ୍ରବାର ଷଷ୍ଠ ମାମଲାରେ ତାଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ ।

ଆକାଶ ପାଠକ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡିସେମ୍ବର ୩ରେ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଟାଟା କଂପାନିରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ଦର୍ଶାଇଥିଲା ତଦନ୍ତକାରୀ ସଂସ୍ଥା । ତାଙ୍କ ବିରୋଧରେ ଆଇଟି ଆକ୍ଟର ସଂଗୀନ ଦଫା ଲଗାଯାଇଥିଲା । ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ତାଙ୍କୁ ଗିରଫ କରାଯାଇଥିଲା ।

Advertisment

ଆକାଶ ପାଠକ ନିଜକୁ ଟାଟା ମୋଟର୍ସ ପାସେଞ୍ଜର କାର ଡିଭିଜନର ଇନ୍‌ଚାର୍ଜ ମ୍ୟାନେଜିଂ ଡାଇରେକ୍ଟର ବୋଲି କହୁଥିଲେ । ଏହାସହ ଲୋକଙ୍କୁ ଚାକିରି କରାଇ ଦେବାର ମିଥ୍ୟା ପ୍ରତିଶ୍ରୁତି ଦେଉଥିଲେ । ଆଉ ପ୍ରଦୀପ ତାଙ୍କ ପାଇଁ ଟଙ୍କା ଆଦାୟ କରୁଥିଲେ । ଏଭଳି ଅପରାଧରେ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ଦର୍ଶାଇଥିଲା ।

Gopalpur MLA Pradeep Panigrahi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ