Advertisment

ଗୁଣୁପୁର GIET ବିଶ୍ୱବିଦ୍ୟାଳୟ ୩ ଦିନ ବନ୍ଦ

ଗୁଣୁପୁର: ରାୟଗଡ଼ା ଜିଲ୍ଲା ଗୁଣୁପୁରରେ ଥିବା ଗାନ୍ଧି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(GIET) ବିଶ୍ୱବିଦ୍ୟାଳୟରୁ କରୋନା ପଜିଟିଭ୍‌ ଚିହ୍ନଟ ପରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ଗୁଣୁପୁର ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିବା ରେଜିଷ୍ଟ୍ରାର କହିଛନ୍ତି। ଫଳରେ କ୍ୟାମ୍ପସ ବାହାରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ଭିତରକୁ ଆସିପାରିବେ ନାହିଁ କି […]

ଗୁଣୁପୁର GIET ବିଶ୍ୱବିଦ୍ୟାଳୟ ୩ ଦିନ ବନ୍ଦ

gunupur giet university

Advertisment

ଗୁଣୁପୁର: ରାୟଗଡ଼ା ଜିଲ୍ଲା ଗୁଣୁପୁରରେ ଥିବା ଗାନ୍ଧି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(GIET) ବିଶ୍ୱବିଦ୍ୟାଳୟରୁ କରୋନା ପଜିଟିଭ୍‌ ଚିହ୍ନଟ ପରେ ୩ ଦିନ ପାଇଁ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖାଯାଇଛି। ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟ ବନ୍ଦ ରହିବ ବୋଲି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି।

Advertisment

ଗୁଣୁପୁର ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ବିଶ୍ୱବିଦ୍ୟାଳୟକୁ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଥିବା ରେଜିଷ୍ଟ୍ରାର କହିଛନ୍ତି। ଫଳରେ କ୍ୟାମ୍ପସ ବାହାରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ଭିତରକୁ ଆସିପାରିବେ ନାହିଁ କି ଭିତରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍ ବାହାରକୁ ଯାଇ ପାରିବେ ନାହିଁ। ମେଡିକାଲ୍ ଟିମ୍‌କୁ ସହଯୋଗ କରିବା ଲାଗି କ୍ୟାମ୍ପସରେ ଥିବା ଛାତ୍ରଛାତ୍ରୀ ଓ ଷ୍ଟାଫ୍‌ଙ୍କୁ ପରାମର୍ଶ ଦିଆଯାଇଛି।

ଗତକାଲି ରାଜ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଥିଲା।

Advertisment

ରାଜଧାନୀ ଭୁବନେଶ୍ୱରରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ରାଜଧାନୀ ଭୁବନେଶ୍ୱରରୁ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ରାବାସର ଅନ୍ତେବାସୀଙ୍କ ଲାଗି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଗାଇଡ୍‌ଲାଇନ୍ ଜାରି କରିଛି। ପରୀକ୍ଷା ସରିଥିବା ଓ ପରୀକ୍ଷା ନଥିବା ପିଲାଙ୍କୁ ହଷ୍ଟେଲ ଛାଡ଼ିବାକୁ ପରାମର୍ଶ ଦିଆଯାଇଛି

ମାସକରେ କରୋନା ମାରିଛି ଲମ୍ବା ଡିଆଁ। ୧୧ ଗୁଣା ବଢ଼ିଛି ସଂକ୍ରମିତଙ୍କ ସଂଖ୍ୟା। ଏହି ବିସ୍ଫୋରକ ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବା ପରେ ସାରା ରାଜ୍ୟରେ ପୋଲିସ୍‌ର ୧୦ ଦିନିଆ ସ୍ପେଶାଲ୍ ଡ୍ରାଇଭ୍ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଭଦ୍ରକ, କଟକରୁ କଳାହାଣ୍ଡି ସବୁଠି କଡ଼ା ଚେକିଂ।

Advertisment

ଅନ୍ୟପକ୍ଷେ, ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ୍‌ କର୍ଫ୍ୟୁ। କରୋନା ସଂକ୍ରମଣ ରୋକିବାକୁ ଏଭଳି ପଦକ୍ଷେପ ନିଆଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି।

ନାଇଟ୍‌ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ । ରାତିରେ କ୍ଲବ୍‌ ଓ ପାର୍ଟିରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ୍‌ କର୍ଫ୍ୟୁର ଆବଶ୍ୟକତା ରହିଛି ବୋଲି ଡିଏମ୍ଇଟି କହିଛନ୍ତି।

କରୋନା ସଂକ୍ରମଣକୁ ରୋକିବା ପାଇଁ  ସୋମବାରଠୁ ଓଡ଼ିଶାର ୧୦ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ ହୋଇଛି। ପଶ୍ଚିମ ଓଡ଼ିଶାର ୭ଟି ଓ ଦକ୍ଷିଣ ଓଡ଼ିଶାର ୩ଟି ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ ହୋଇଛି।

Corona Breaking News Corona Cases In Bhubaneswar
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ