Advertisment

ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର:  ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି। କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ  କରିଛନ୍ତି। ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି। ୨୪ ଲକ୍ଷ ଟଙ୍କା କ୍ୟାସ୍ ସ୍ୟୁରିଟି ଜମା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ତାଙ୍କ ନାମରେ ଅନ୍ୟ ମାମଲା ରହିଥିବାରୁ ସେ ଜେଲରୁ ମୁକୁଳିପାରିବେ ନାହିଁ। ଆକାଶ ପାଠକ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡିସେମ୍ବର ୪ ତାରିଖରେ କ୍ରାଇମ୍‌ବ୍ରାଞ୍ଚ […]

ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

pradeep-panigrahi

Advertisment

ଭୁବନେଶ୍ୱର:  ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି। କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ  କରିଛନ୍ତି। ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି। ୨୪ ଲକ୍ଷ ଟଙ୍କା କ୍ୟାସ୍ ସ୍ୟୁରିଟି ଜମା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ତାଙ୍କ ନାମରେ ଅନ୍ୟ ମାମଲା ରହିଥିବାରୁ ସେ ଜେଲରୁ ମୁକୁଳିପାରିବେ ନାହିଁ।

Advertisment

ଆକାଶ ପାଠକ ଲିଙ୍କରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡିସେମ୍ବର ୪ ତାରିଖରେ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଟାଟା କଂପାନିରେ ଚାକିରି କରାଇ ଦେବା ପାଇଁ ଆକାଶ ପାଠକଙ୍କ ନାଁରେ ପ୍ରଦୀପ ପାଣିଗ୍ରାହୀ ଟଙ୍କା ଆଦାୟ କରୁଥିବା ପ୍ରମାଣ ଥିବା ତଦନ୍ତକାରୀ ସଂସ୍ଥା ଦର୍ଶାଇଥିଲା।  ତାଙ୍କ ବିରୋଧରେ ଆଇଟି ଆକ୍ଟର ସଂଗୀନ ଦଫା ଲଗାଯାଇଥିଲା। ଠକେଇ, ଜାଲିଆତି, ଆପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧରେ ତାଙ୍କୁ ଗିରଫ କରାଯାଇଥିଲା।

ଆକାଶ ପାଠକ ନିଜକୁ ଟାଟା ମୋଟର୍ସ ପାସେଞ୍ଜର କାର ଡିଭିଜନର ଇନ୍‌ଚାର୍ଜ ମ୍ୟାନେଜିଂ ଡାଇରେକ୍ଟର ବୋଲି ଦର୍ଶାଇ ଲୋକଙ୍କୁ ଚାକିରି କରାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଉଥିଲେ ଓ ପ୍ରଦୀପ ତାଙ୍କ ପାଇଁ ଟଙ୍କା ଆଦାୟ କରୁଥିବା ଅପରାଧରେ ଗିରଫ କରାଯାଇଥିବା କ୍ରାଇମବ୍ରାଞ୍ଚ ଦର୍ଶାଇଥିଲା।

Advertisment

Pradeep Panigrahi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ