/odishatv-khabar/media/post_attachments/uploadimage/library/16_9/16_9_0/rain-1_1623416028.jpg)
rain
ଭୁବନେଶ୍ୱର: ପ୍ରବଳ ବର୍ଷିବ । ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ । ଲଘୁଚାପଜନିତ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ବର୍ଷା ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ଆଗୁଆ ପ୍ରସ୍ତୁତି ପାଇଁ ମଧ୍ୟ କୁହାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ, ବରଗଡ଼, ଅନୁଗୁଳ ।
ଅନ୍ୟପଟେ ଆଜି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଗୁଡ଼ିକ ହେଲା ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବଲାଙ୍ଗିର, ସୋନପୁର ଓ ବୌଦ୍ଧ ।
ସୂଚନାଯୋଗ୍ୟ, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟରେ ଆସିବାକୁ ଯାଉଛି ବଡ଼ ବର୍ଷା । ଏହାରି ପ୍ରଭାବରେ ଆଜିଠାରୁ ୧୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ।
ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତସିଂପୁରରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଜି ଏବଂ ଆସନ୍ତାକାଲି କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର ଆଦି ଜିଲ୍ଲାର ଏକାଧିକ ସ୍ଥାନରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏହାର ପ୍ରଭାବରେ ବିଭିନ୍ନ ନଦୀରେ ଉପୁଜିପାରେ ବନ୍ୟା ଭଳି ସ୍ଥିତି । କଚ୍ଚା ରାସ୍ତା ବି ଧସିବା ଆଶଙ୍କା ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ଆଜିଠୁ ୧୩ ତାରିଖ ଯାଏଁ ୨୦ରୁ ଅଧିକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ତେଣେ ସମ୍ଭାବ୍ୟ ସ୍ଥିତିର ମୁକାବିଲା ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲଟି କମିଶନରଙ୍କୁ ଚିଠି ଲେଖାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)