/odishatv-khabar/media/post_attachments/uploadimage/library/16_9/16_9_0/rain-5_1625315088.jpg)
rain
ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଯେଉଁଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
Advertisment
ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଓ କଳାହାଣ୍ଡି। ସେହିପରି ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି ଓ କୋରାପୁଟ।
ଏହି ସମୟ ଭିତରେ ସମୁଦ୍ର ଭିତରକୁ ମାଛ ଧରିବା ପାଇଁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପ ଆସିବା ପୂର୍ବରୁ ଗତକାଲି ଓ ଆଜି ଉତ୍ତର ଏବଂ ଉପକୂଳର କେତେକ ଜିଲ୍ଲାରେ ବର୍ଷା ହୋଇଛି। ଏହାଛଡ଼ା ଆକାଶ ମେଘୁଆ ରହିଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)