Advertisment

୧୯ରୁ ୨୧ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୧୯ରୁ ୨୧ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ୨୦ରେ ଦୁଇଟି ଓ ୨୧ରେ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ୨୦ ତାରିଖ ପାଇଁ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨୧ରେ କୋରାପୁଟ, […]

author-image
Abinash Pati
୧୯ରୁ ୨୧ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

rain

ଭୁବନେଶ୍ୱର: ୧୯ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ୧୯ରୁ ୨୧ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

Advertisment

ପ୍ରବଳ ବର୍ଷା ନେଇ ୨୦ରେ ଦୁଇଟି ଓ ୨୧ରେ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି। ୨୦ ତାରିଖ ପାଇଁ ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨୧ରେ କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

୨୦ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ପୁରୀକୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଦକ୍ଷିଣ ଓଡ଼ିଶାରେ ବନ୍ୟା ପାଇଁ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ଏସ୍‌ଆର୍‌ସି। ଭୂସ୍ଖଳନ ପ୍ରତି ନଜର ରଖିବାକୁ ମଧ୍ୟ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Advertisment
Advertisment
Advertisment