/odishatv-khabar/media/post_attachments/uploadimage/library/16_9/16_9_0/heavy-rain-in-odisha_1625424513.jpg)
heavy rain in odisha
ଭୁବନେଶ୍ୱର: ରାଜ୍ୟରେ ଜାରି ରହିବ ଲଘୁଚାପ ଜନିତ ବର୍ଷା। ପୂର୍ବ ଲଘୁଚାପ ଦୁର୍ବଳ ହେଉଥିଲେ ବି ବଙ୍ଗୋପସାଗରରେ ୧୯ରୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢିପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
Advertisment
ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ପ୍ରବଳ ବର୍ଷା ନେଇ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା- କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)