Advertisment

ଆସୁଛି ଆଉ ଏକ ଲଘୁଚାପ! କାଲି ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଫଳରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ତେବେ ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କୋରାପୁଟ, ଜଗତସିଂହପୁର, ପୁରୀ, କଟକ, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର ଓ ବରଗଡ଼। ଏହି ସବୁ […]

author-image
Chandan Shishu
ଆସୁଛି ଆଉ ଏକ ଲଘୁଚାପ! କାଲି ୯ ଜିଲ୍ଲାରେ ପ୍ରବଳ ବର୍ଷିବ

Moonson Odisha

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ଫଳରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ତେବେ ଆସନ୍ତା ୧୯ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଏହି ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କୋରାପୁଟ, ଜଗତସିଂହପୁର, ପୁରୀ, କଟକ, ମୟୂରଭଂଜ, କେନ୍ଦ୍ରାପଡ଼ା, ଯାଜପୁର ଓ ବରଗଡ଼। ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଗତ ୫ ତାରିଖରୁ ଆଜି ଯାଏ ରାଜ୍ୟରେ ୨୩ ପ୍ରତିଶତ ଅଧିକ ବର୍ଷା ହୋଇଛି। ଝାରସୁଗୁଡ଼ା ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ ହୋଇଛି।

ରାଜ୍ୟର ୧୫ ଜିଲ୍ଲାରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୦ ଜିଲ୍ଲାରେ ସ୍ୱାଭାବିକ ଓ ୫ ଜିଲ୍ଲାରେ କମ ବର୍ଷା ରେକର୍ଡ ହୋଇଛି। ସେହିପରି ଆଜି ପୁରୀରେ ପ୍ରବଳ ବର୍ଷା ଯୋଗୁ ବଡ଼ଦାଣ୍ଡ ଜଳାର୍ଣ୍ଣବ ହୋଇଥିଲା। ପୁରୀ ମାର୍କେଟ ଛକ, ବଳଗଣ୍ଡି, ଡାକ୍ତରଖାନା ଛକରେ ପାଣି ଜମିରହିଥିଲା।

Advertisment

ବର୍ଷା ପବନରେ ଶ୍ରୀମନ୍ଦିର ପତିତପାବନ ବାନା ଉଡ଼ିଯାଇଥିଲେ ବି ଅନ୍ୟବାନା ଥିବାରୁ ଶ୍ରୀଜିଉଙ୍କ ନୀତିକାନ୍ତିରେ କୌଣସି ବିଭ୍ରାଟ ହୋଇନାହିଁ। ସେହିପରି ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁ ସହରର ତଳିଆ ଅଞ୍ଚଳରେ ପାଣି ପଶିଛି। ପ୍ରଗତି ବିହାର, ଗୋପାଲମାଲ ଅଞ୍ଚଳ ବାସିନ୍ଦା ବେଶ ପ୍ରଭାବିତ ହୋଇଛନ୍ତି।

Rain In Odisha Monsoon Odisha Odisha Weather Today Odisha Rain Today
Advertisment
Advertisment