/odishatv-khabar/media/post_attachments/uploadimage/library/16_9/16_9_0/୩-ଦିନ-ପ୍ରବଳ-ବର୍ଷିବ-1_1626162089.jpg)
rainfall
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାରେ ଲାଗି ରହିଛି। ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଜି ଆଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ୍ ୨୦ରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାର। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ଆକଳନ କରାଯାଇଛି।
ବର୍ତ୍ତମାନ କୌଣସି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ନାହିଁ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆହୁରି ପଢ଼ନ୍ତୁ:ଚଳିତ ବର୍ଷ ହେବନି ପୁରୀ ରଥଯାତ୍ରା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)