Advertisment

୨୪ ଘଣ୍ଟାରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ହୋଇପାରେ ଗତକାଲି ସୁଦ୍ଧା ରାଜ୍ୟରେ ୧୩୯. ୫ ମିଲିମିଟର ବର୍ଷା ରେକର୍ଡ ସୁନ୍ଦରଗଡ଼ ଏବଂ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା…

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

rain

  • ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି
  • ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ହୋଇପାରେ
  • ଗତକାଲି ସୁଦ୍ଧା ରାଜ୍ୟରେ ୧୩୯. ୫ ମିଲିମିଟର ବର୍ଷା ରେକର୍ଡ
  • ସୁନ୍ଦରଗଡ଼ ଏବଂ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ
  • ଗଞ୍ଜାମ ଜିଲ୍ଲାରେ ସବୁଠାରୁ କମ୍‌ ୬୫. ୭ ମିଲିମିଟର ବର୍ଷା ରେକର୍ଡ
Advertisment

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ପ୍ରଭାବରେ ବର୍ଷା ଜାରି ରହିଛି। ଉତ୍ତର ପଞ୍ଜାବରୁ ହରିୟାଣା, ଉତ୍ତର-ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ମଧ୍ୟଦେଇ ଉତ୍ତରପୂର୍ବ ବଙ୍ଗୋପସାଗର ଯାଏ ସମୁଦ୍ର ପତ୍ତନରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ମୌସୁମୀ ଜନିତ ବର୍ଷା ଲାଗି ରହିଛି।

୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଝଡ଼ତୋଫାନ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାସହ ରାଜ୍ୟରେ ଗତକାଲି ସୁଦ୍ଧା ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ତଥ୍ୟ ପ୍ରକାଶ କରିଛି।

Advertisment

ଗତକାଲି ସୁଦ୍ଧା ରାଜ୍ୟରେ ୧୩୯. ୫ ମିଲିମିଟର ବର୍ଷା ରେକର୍ଡ ହୋଇଛି। ରାୟଗଡା, ଗଞ୍ଜାମ, ଗଜପତି, ନୟାଗଡ, ଯାଜପୁର, ଭଦ୍ରକ, କନ୍ଧମାଳ ଏବଂ କେନ୍ଦୁଝର ଜିଲ୍ଲାରେ ସ୍ୱାଭାବିକ ଠାରୁ କମ୍‌ ବର୍ଷା ରେକର୍ଡ ହୋଇଛି। ୨ ଜିଲ୍ଲା ସୁନ୍ଦରଗଡ଼ ଏବଂ କୋରାପୁଟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ ହୋଇଛି। ସୁନ୍ଦରଗଡ ଜିଲ୍ଲାରେ ସର୍ବାଧିକ ୨୪୧.୫ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରେ ସବୁଠାରୁ କମ୍‌ ୬୫. ୭ ମିଲିମିଟର ବର୍ଷା ରେକର୍ଡ ହୋଇଛି।

Weather Forecast
Advertisment
Advertisment