Advertisment

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି…

ଅଦ୍ୟତନ ହୋଇଛି
ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

heavy rainfall

Advertisment

ଭୁବନେଶ୍ୱର: ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗିର, ସୋନପୁର, ସମ୍ବଲପୁର। ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।

Advertisment

ସେହିପରି ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ପୁରୀ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୩ ଦିନ ଯାଏ ଏଭଳି ପାଗ ଲାଗି ରହିପାରେ। ବଙ୍ଗୋପସାଗରରେ ସୃଷ୍ଟ ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଗତ କିଛି ଦିନ ଧରି ବର୍ଷା ଲାଗି ରହିଛି।

ସୂଚନାଥାଉ କି, ଜୁନ୍‌ ୧୪ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମଗ୍ର ରାଜ୍ୟକୁ ଆଚ୍ଛାଦିତ କରିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୧୦ରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁଥିଲା। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିଲା। ଜୁନ୍‌ ୩ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଥିଲା। କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମ୍‌ଡି ସୂଚନା ଦେଇଥିବା ବେଳେ ଏହାର ୧୦-୧୨ ଦିନ ପରେ ମୌସୁମୀ ଓଡିଶା ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି )ପୂର୍ବାନୁମାନ କରିଥିଲା। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଦକ୍ଷିଣ-ପଶ୍ଚିମ ମୌସୁମୀ ଉତ୍ତର ଏବଂ ଦକ୍ଷିଣ ଭାରତରେ ସ୍ୱାଭାବିକ ରହିବା ସହିତ ମଧ୍ୟ ଭାରତରେ ସ୍ୱାଭାବିକଠାରୁ ଅଧିକ ଏବଂ ପୂର୍ବ ଓ ଉତ୍ତର ପୂର୍ବ ଭାରତରେ ସ୍ୱାଭାବିକ ହେବାର ସମ୍ଭାବନା ରହିଛି।

Advertisment
Weather Alert For Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ