/odishatv-khabar/media/post_attachments/uploadimage/library/16_9/16_9_0/weather-odisha_1625368127.jpg)
weather-odisha
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆଜି ଓ ଆସନ୍ତାକାଲି ବର୍ଷା ସମ୍ଭାବନା। ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷାର ଅନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
Advertisment
ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଦେବଗଡ, ଅନୁଗୁଳ ଓ ବାଲେଶ୍ୱର। ସେହିପରି ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଢେଙ୍କାନାଳ, ସମ୍ବଲପୁର, ଗଜପତି ଓ ବରଗଡରେ ବି ବର୍ଷା ସମ୍ଭାବନା ରହିଛି। ଏପଟେ ଅଦ୍ୟାବଧି ୬ଟି ଜିଲ୍ଲାରେ ୨୦ ପ୍ରତିଶତରୁ ଅଧିକ ବର୍ଷା ରେକର୍ଡ କରାଯାଇଛି।
ସେହି ଜିଲ୍ଲାଗୁଡିକ ହେଲା ଦେବଗଡ, ଢେଙ୍କାନାଳ, ଅନୁଗୋଳ, ଝାରସୁଗୁଡା, ସୁନ୍ଦରଗଡ ଓ ମାଲକାନଗିରି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)