Advertisment

ଆହୁରି ୨ ଦିନ ବର୍ଷିବ ! ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ଓ ଆସନ୍ତାକାଲି ୨ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଆହୁରି ୨ ଦିନ ବର୍ଷିବ ! ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

rain 22

ଭୁବନେଶ୍ୱର: ଆଜି ଓ ଆସନ୍ତାକାଲି ୨ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Advertisment

ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୭ ଦଶମିକ ୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଯାହାକି ସ୍ୱାଭାବିକ ବର୍ଷାଠାରୁ ୭ ପ୍ରତିଶତ କମ୍। କେବଳ ମାଲକାନଗିରିରେ ଅଧିକ ବର୍ଷା ହୋଇଥିବା ବେଳେ ୨୪ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି।

Advertisment
Latest Weather News In Odisha Weather In Odisha
Advertisment
Advertisment