Advertisment

ଲଘୁଚାପ ପ୍ରଭାବରେ କାଲି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜିଠୁୁ ୨୭ ତାରିଖ ଯାଏ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି […]

ଅଦ୍ୟତନ ହୋଇଛି
ଲଘୁଚାପ ପ୍ରଭାବରେ କାଲି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

weather updates in odisha

Advertisment

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆଜିଠୁୁ ୨୭ ତାରିଖ ଯାଏ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଲଘୁଚାପ ପ୍ରଭାବରେ ଆଜି ଉତ୍ତର ଓ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ନେଇ ଆଜି ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା-ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ପୁରୀ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା ଏବଂ ଅନୁଗୁଳ

ସେହିପରି ଆସନ୍ତାକାଲି ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ,ଯାଜପୁର, କେନ୍ଦ୍ରାପଡ଼ା,ଜଗତସିଂହପୁର, କଟକ,ମୟୂରଭଞ୍ଜ,କେନ୍ଦୁଝର ଓ ଢେଙ୍କାନାଳ। ଏହିସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କାଲିଠୁ ୨୭ ତାରିଖ ଯାଏ ସମୁଦ୍ର ଭିତରକୁ ନଯିବାକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।

Advertisment

ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିର ମୁକାବିଲା ଲାଗି ବିଡିଓ ଏବଂ ତହସିଲଦାରମାନଙ୍କୁ ମଧ୍ୟ ସଜାଗ ରହିବା ଲାଗି ନିର୍ଦ୍ଦେଶ ରହିଛି। ଏହାସହ ଜଳସେଚନ ଓ ଡ୍ରେନେଜ୍ ବିଭାଗର ଯନ୍ତ୍ରୀଙ୍କୁ ସଜାଗ ରହିବାକୁ କୁହାଯାଇଛି।

Weather Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ