Advertisment

ଆସନ୍ତା ୨୪ ଘଣ୍ଟାରେ ବର୍ଷା ! ୬ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଏବେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗରରେ ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାସହ ଉପକୂଳ ଅଞ୍ଚଳରେ କିଛି ସ୍ଥାନରେ […]

author-image
Rajalaxmi Sahoo
ଆସନ୍ତା ୨୪ ଘଣ୍ଟାରେ ବର୍ଷା ! ୬ ଜିଲ୍ଲାରେ ପ୍ରବଳ ବର୍ଷିବ

rainfall

ଭୁବନେଶ୍ୱର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାସହ ମୌସୁମୀ ସକ୍ରିୟ ହେବା ପରେ ଏବେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗରରେ ପର୍ଯ୍ୟନ୍ତ ଏକ ଟ୍ରପ୍ ଲାଇନ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାସହ ଉପକୂଳ ଅଞ୍ଚଳରେ କିଛି ସ୍ଥାନରେ ବର୍ଷା ହୋଇପାରେ। ବିଶେଷକରି ନୂଆପଡ଼ା, ବଲାଙ୍ଗିର ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ନବରଙ୍ଗପୁର, ବରଗଡ଼, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୋନପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ଘଣ୍ଟା ପରେ ୨ରୁ ୩ ଦିନ ଯାଏ ବର୍ଷାର ପରିମାଣ କମ୍‌ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment
Odisha Weather Update Heavy Rainfall In Odisha Heavy Rain In Odisha Weather Updates In Odisha
Advertisment
Advertisment