Advertisment

Human Sagar Death Case: ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲା: ଥାନାରେ ଏତଲା ଦେଲେ ହ୍ୟୁମାନଙ୍କ ମାଆ, ତଦନ୍ତ ଦାବି କଲେ

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। କଟକ ମର୍କତ ନଗର ଥାନାରେ ପୁଅକୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ କରିଛନ୍ତି ହ୍ୟୁମାନଙ୍କ ମାଆ।

author-image
Chinmayee Sahoo
Humane Sagar Death Case

Humane Sagar Death Case Photograph: (OTV)

ଥାନାରେ ଏତଲା ଦେଲେ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମାଆ। କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଥାନାରେ ଏତଲା ଦେଲେ ମାଆ ଶେଫାଳି ସୁନା । କଟକ ମର୍କତ ନଗର ଥାନାରେ ସେ ଏତଲା ଦେଇ  ପୁଅକୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ କରିଛନ୍ତି । ହ୍ୟୁମାନଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ଦାବି କରିଛନ୍ତି ମାଆ । 

Advertisment

ହ୍ୟୁମାନଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନଥିବା ଏତଲାରେ ଉଲ୍ଲେଖ ରହିଛି । ଅବହେଳା, ଦୁର୍ବ୍ୟବହାର, ଚାପ, ବିଷକ୍ରିୟା, ନିଶାଦ୍ରବ୍ୟ ପ୍ରୟୋଗର ତଦନ୍ତ ଦାବି କରିଛନ୍ତି ମାଆ । ଏହାସହିତ ଷଡ଼ଯନ୍ତ୍ର, ଆର୍ଥିକ ହେରଫେର୍, ଡିଜିଟାଲ ପ୍ରମାଣ ନଷ୍ଟ ସଂପର୍କିତ ଅଭିଯୋଗର ବି ତଦନ୍ତ ଦାବି କରିଛନ୍ତି ହ୍ୟୁମାନଙ୍କ ମାଆ ଶେଫାଳି ।  

•    ଏତଲା ଦେଲେ ହ୍ୟୁମାନଙ୍କ ମାଆ
•    ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଥାନାରେ ଏତଲା
•    କଟକ ମର୍କତ ନଗର ଥାନାରେ ଏତଲା ଦେଲେ ହ୍ୟୁମାନଙ୍କ ମାଆ
•    ପୁଅକୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ କଲେ ହ୍ୟୁମାନଙ୍କ ମାଆ
•    ହ୍ୟୁମାନଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ଦାବି କରି ଥାନାରେ ଏତଲା

Advertisment
human sagar death
Advertisment
Related Articles
Advertisment