Advertisment

ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ଘୋଡା ଏବଂ ଯୋଦ୍ଧା ମୂର୍ତ୍ତି ରାଜଭବନ ସାମ୍ନାକୁ ଘୁଞ୍ଚିବା ନେଇ ଯୋଜନା

ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ଘୋଡା ଏବଂ ଯୋଦ୍ଧା ମୂର୍ତ୍ତି ରାଜଭବନ ସାମ୍ନାକୁ ଘୁଞ୍ଚିପାରେ। ବର୍ଷ ବର୍ଷ ଧରି ଏହି ଛକରେ ଶୋଭା ବଢାଉଥିବା ଏହି ସ୍ଥାପତ୍ୟକୁ ସ୍ଥାନାନ୍ତର କରିବାକୁ ଯୋଜନା କରାଯାଉଛି। ସ୍ମାର୍ଟ ଜନପଥର ବିକାଶ ପାଇଁ…

ଅଦ୍ୟତନ ହୋଇଛି
ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ଘୋଡା ଏବଂ ଯୋଦ୍ଧା ମୂର୍ତ୍ତି ରାଜଭବନ ସାମ୍ନାକୁ ଘୁଞ୍ଚିବା ନେଇ ଯୋଜନା

odisha

Advertisment

ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ଘୋଡା ଏବଂ ଯୋଦ୍ଧା ମୂର୍ତ୍ତି ରାଜଭବନ ସାମ୍ନାକୁ ଘୁଞ୍ଚିପାରେ। ବର୍ଷ ବର୍ଷ ଧରି ଏହି ଛକରେ ଶୋଭା ବଢାଉଥିବା ଏହି ସ୍ଥାପତ୍ୟକୁ ସ୍ଥାନାନ୍ତର କରିବାକୁ ଯୋଜନା କରାଯାଉଛି। ସ୍ମାର୍ଟ ଜନପଥର ବିକାଶ ପାଇଁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

Advertisment

ମାଷ୍ଟର କ୍ୟାଣ୍ଟିନ ଛକ ଦେଇ ମଲ୍ଟି ମୋଡାଲ ହବ୍ ନିର୍ମାଣ ଲାଗି ଯୋଜନା ରହିଛି। ଏହାସହ ମାଷ୍ଟର କ୍ୟାଣ୍ଟିନ ଦେଇ ଫ୍ଲାଏ ଓଭର ନିର୍ମାଣ ହେଲେ ଏହି ଛକରେ ଥିବା ଘୋଡ଼ା ଏବଂ ଯୋଦ୍ଧା ମୂର୍ତ୍ତି ଠିକ୍‌ରେ ଦେଖାଯିବ ନାହିଁ। ସେଥିପାଇଁ ମାଷ୍ଟର କ୍ୟାଣ୍ଟିନ ଥିବା ଏହି ମୂର୍ତ୍ତିକୁ ସ୍ଥାନାନ୍ତର କରିବା ଜରୁରୀ ଥିଲା ବୋଲି ସଂସ୍କୃତି ବିଭାଗ ନିର୍ଦ୍ଦେଶକ କହିଛନ୍ତି।

" frameborder="0" allow="accelerometer; autoplay; clipboard-write; encrypted-media; gyroscope; picture-in-picture" allowfullscreen>

Advertisment

ଗତ ୮ ତାରିଖରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। ଏହି ଘୋଡା ଏବଂ ଯୋଦ୍ଧା ମୂର୍ତ୍ତିର ସ୍ଥାନାନ୍ତର ପ୍ରକ୍ରିୟା ମାସକ ମଧ୍ୟରେ ସରିବ। ରାଜଭବନର ଗୋଲେଇ ଛକରେ ଏହି ଘୋଡ଼ା ଏବଂ ଯୋଦ୍ଧା ମୂର୍ତ୍ତିକୁ ସ୍ଥାପନ କରାଯିବ। ମାଷ୍ଟର କ୍ୟାଣ୍ଟିନ ଛକରେ ଏହି ମୂର୍ତ୍ତିକୁ ୧୯୮୮ ମସିହାରେ ସ୍ଥାପନ କରାଯାଇଥିଲା। ସ୍ଥପତି ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ର ଏହି ମୂର୍ତ୍ତିର ନିର୍ଣାଣ କରିଥିଲେ।

ସେପଟେ ମାଷ୍ଟର କ୍ୟାଣ୍ଟିନ୍‌ରେ ଥିବା ଏହି ଘୋଡା ଓ ଯୋଦ୍ଧା ମୂର୍ତ୍ତିର ସ୍ଥାନାନ୍ତରକୁ ରାଜ୍ୟ ବିଜେପି ପକ୍ଷରୁ ତୀବ୍ର ବିରୋଧ କରାଯାଇଛି। ମୂର୍ତ୍ତିର ସ୍ଥାନାନ୍ତରକୁ ବିରୋଧ ଜଣାଇ ପ୍ରତିବାଦ କରିଛନ୍ତି ବିଜେପି କର୍ମୀ। ମୂର୍ତ୍ତି ସ୍ଥାନାନ୍ତର ବନ୍ଦ ନହେଲେ ଆଗକୁ ଜୋରଦାର ଆନ୍ଦୋଳନ କରିବାକୁ ବିଜେପି କହିଛି। ଅନ୍ୟପକ୍ଷେ, କଂଗ୍ରେସ ମଧ୍ୟ ମୂର୍ତ୍ତି ସ୍ଥାନାନ୍ତରକୁ ବିରୋଧ କରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ