• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from India

trump
ଭାରତକୁ ଭେଣ୍ଟିଲେଟର ଦେବ ଆମେରିକା

ନୂଆଦିଲ୍ଲୀ: ସାରା ବିଶ୍ୱ ଏବେ ମହାମାରୀ କରୋନାର ମୁକାବିଲା କରୁଛି। ଏହି ସମୟରେ ଭାରତକୁ ସହଯୋଗ କରିବାକୁ ଆଗେଇ ଆସିଛି ଆମେରିକା। ଯଦିଓ କରୋନା ଯୋଗୁ ଆମେରିକା ଅଧିକ ପ୍ରଭାବିତ ହୋଇଛି, ତେବେ ଏଭଳି ଦୁଃସମୟରେ କରୋନା ଆକ୍ରାନ୍ତ ଚିକିତ୍ସା ଲାଗି ଭାରତକୁ ଭେଣ୍ଟିଲେଟର ଯୋଗାଇବାକୁ ଆମେରିକା ନିଷ୍ପତ୍ତି ନେଇଛି। ଏନେଇ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଟ୍ୱିଟ କରି ଟ୍ରମ୍ପ କହିଛନ୍ତି, “ମୁଁ ଗର୍ବର ସହ ଘୋଷଣା କରିବାକୁ ଯାଉଛି […]

accident
ଭୟଙ୍କର ସଡ଼କ ଦୁର୍ଘଟଣା, ଚାଲିଗଲା ୨୪ ପ୍ରବାସୀ ଶ୍ରମିକଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଔରେୟାରେ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଲକ୍ଷ୍ନୌ-ଆଗ୍ରା ଏନ୍ଏଚ୍‌ରେ ୨ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨୪ଜଣ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଅଧିକ ଶ୍ରମିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଅଧିକାଂଶ ଶ୍ରମିକଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଗତକାଲି ବିଳମ୍ବିତ ରାତି ପ୍ରାୟ ୩ଟା ୩୦ରେ ଏହି ଦୁର୍ଘଟଣା ଘଟିଛି। ଆହତ ଶ୍ରମିକଙ୍କୁ ସ୍ଥାନୀୟ […]

cloudy
ବିଳମ୍ବରେ ଆସିପାରେ ମୌସୁମୀ

ନୂଆଦିଲ୍ଲୀ: ଚଳିତବର୍ଷ ସାମାନ୍ୟ ବିଳମ୍ବରେ ଆସିପାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସାଧାରଣତଃ ଜୁନ୍ ପହିଲା ବେଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁ ଥାଏ କିନ୍ତୁ ଏଥର ସାମାନ୍ୟ ବିଳମ୍ବ ହୋଇ ଜୁନ ୫ରେ ପହଞ୍ଚିବ ବୋଲି  ପାଣିପାଗ ବିଭାଗ ଅନୁମାନ କରିଛି। କେରଳରେ ମୌସୁମୀର ପ୍ରବେଶ ସହ ଦେଶରେ ବର୍ଷା ଋତୁର ଆରମ୍ଭ ହୋଇଥାଏ। ଏହି ମୌସୁମୀ ଉତ୍ତର ଦିଗକୁ ଗତି କରିବା ପରେ […]

earthquake-8 (1)
ଦିଲ୍ଲୀରେ ପୁଣି ଭୂକମ୍ପର ଝଟ୍‌କା

ନୂଆଦିଲ୍ଲୀ: ପୁଣି ଦିଲ୍ଲୀରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୨ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଉତ୍ତର ଦିଲ୍ଲୀର ପିତମ୍‌ପୁରା ବୋଲି ସୂଚନା ମିଳିଛି। National Centre for Seismologyର ସୂଚନା ଅନୁସାରେ, ଆଜି ଦିନ ୧୧ଟା ୧୮ମିନିଟ୍‌ରେ ଏହି ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଭୂକମ୍ପର ଗଭୀରତା ୮ କି.ମି. ଥିଲା। ମେ’୧୦ରେ ଦିଲ୍ଲୀ-ଏନ୍‌ସିଆର୍‌ର କିଛି ଅଞ୍ଚଳରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୪ […]

Avalanche
ହିମ ସ୍ଖଳନରେ କର୍ଣ୍ଣେଲ ଓ ଯବାନ ସହିଦ

ନୂଆଦିଲ୍ଲୀ: ସିକିମ୍‌ରେ ହିମ ସ୍ଖଳନ ଯୋଗୁ ଜଣେ ଲେଫ୍ଟନାଣ୍ଟ କର୍ଣ୍ଣେଲ‌ ଓ ଜଣେ ଯବାନ ସହିଦ ହୋଇଛନ୍ତି। ଉତ୍ତର ସିକିମ୍‌ର ଲୁଗନାକ ଲା ଅଂଚଳରେ ଏହି ଦୁଃଖଦ ଘଟଣା ହୋଇଛି। ସେନା ପକ୍ଷରୁ ପାଟ୍ରୋଲିଂ ବେଳେ ହଠାତ୍‌ ହିମ ସ୍ଖଳନ ହୋଇଥିଲା। ଫଳରେ ୧୮ଜଣ ସୁରକ୍ଷାକର୍ମୀ ବରଫ ଖଣ୍ଡ ତଳେ ଚାପି ହୋଇ ଯାଇଥିଲେ। ରେସ୍କ୍ୟୁ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବରଫ ଖଣ୍ଡ ଭିତରେ ଫସି ରହିଥିବା ଯବାନମାନଙ୍କୁ ବାହାର କରିବାକୁ ଉଦ୍ୟମ କରିଥିଲେ। ‌୧୬ଜଣଙ୍କୁ ସୁରକ୍ଷିତ […]

Badrinath Temple
ଖୋଲିଲା ବଦ୍ରିନାଥ ମନ୍ଦିର, କରୋନା ଯୋଗୁ ଭଗବାନଙ୍କ ଦର୍ଶନ କରିପାରିଲେନି ଭକ୍ତ

ନୂଆଦିଲ୍ଲୀ: ଆଜି ଭୋରରୁ ଉତ୍ତରାଖଣ୍ଡ ସ୍ଥିତ ବଦ୍ରିନାଥ ମନ୍ଦିର ଖୋଲା ହୋଇଛି। ମନ୍ଦିର ଫାଟକ ଖୋଲିବା ପୂର୍ବରୁ ପୂରା ମନ୍ଦିରକୁ ସୁନ୍ଦର ପୁଷ୍ପମାଳାରେ ସୁସଜ୍ଜିତ କରାଯାଇଥିଲା। ମନ୍ଦିରର ମୁଖ୍ୟ ପୂଜକଙ୍କ ସମେତ ୨୭ଜଣଙ୍କ ଉପସ୍ଥିତିରେ ଭୋର ୪ଟା ୩୦ରୁ ଫାଟକ ଖୋଲା ଯାଇଥିଲା। ଏହାପରେ ପାରମ୍ପରିକ ରୀତିନୀତିରେ ଭଗବାନ ବିଷ୍ଣୁଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ତେବେ ମହାମାରୀ କରୋନା ଯୋଗୁ ସର୍ବସାଧାରଣ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଜାରି କରାଯାଇଛି। କୋଭିଡ୍‌-୧୯କୁ ନେଇ କେନ୍ଦ୍ର ସରକାର ଜାରି କରିଥିବା […]