Advertisment

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ସହାୟତା ଘୋଷଣା କଲା IOCL

ଭୁବନେଶ୍ୱର: ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ସହାୟତା ଘୋଷଣା କଲା ଭାରତୀୟ ତୈଳ ନିଗମ ବା ଆଇଓସିଏଲ୍‌। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ କମ୍ପାନୀ ଏହି ସହାୟତା ରାଶି ଘୋଷଣା କରିଛି।   ବିସ୍ଫୋରଣ ଘଟଣାରେ ମୃତାହତ, ଗୁରୁତର ଆହତ ଓ ଆହତଙ୍କ ପ୍ରତି ସହାୟତା ରାଶି ଘୋଷଣା ହୋଇଛି। IOCL ଘୋଷଣା କରିଥିବା ସହାୟତା ରାଶି ଅନୁସାରେ, ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା ସହାୟତା, ସେହିପରି ଗୁରୁତର ଆହତଙ୍କୁ ୪ […]

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ସହାୟତା ଘୋଷଣା କଲା IOCL

petrollf

Advertisment

ଭୁବନେଶ୍ୱର:ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ସହାୟତା ଘୋଷଣା କଲା ଭାରତୀୟ ତୈଳ ନିଗମ ବା ଆଇଓସିଏଲ୍‌। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନିର୍ଦ୍ଦେଶରେ କମ୍ପାନୀ ଏହି ସହାୟତା ରାଶି ଘୋଷଣା କରିଛି

Advertisment

ବିସ୍ଫୋରଣ ଘଟଣାରେ ମୃତାହତ, ଗୁରୁତର ଆହତ ଓ ଆହତଙ୍କ ପ୍ରତି ସହାୟତା ରାଶି ଘୋଷଣା ହୋଇଛି। IOCL ଘୋଷଣା କରିଥିବା ସହାୟତା ରାଶି ଅନୁସାରେ, ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା ସହାୟତା, ସେହିପରି ଗୁରୁତର ଆହତଙ୍କୁ ୪ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କା ସହାୟତା ରାଶି ଦିଆଯିବ ବୋଲି ,IOCL ଘୋଷଣା କରିଛି।

ଗତକାଲି ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦୁଃଖ ପ୍ରକାଶ କରବା ସହିତ ସହଯୋଗର ହାତ ବଢ଼ାଇଥିଲେ। ଆହତମାନଙ୍କ ପାଇଁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ନବୀନ।

Advertisment

ଅନ୍ୟପଟେ ଏହି ବିସ୍ଫୋରଣ ଘଟଣାରେ ଆଜି ଜଣଙ୍କର ମୃତ୍ୟୁ ହୋଇଛି। କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସା ହେଉଥିବା ବେଳେ ଏହି ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଗଞ୍ଜାମ ଜିଲ୍ଲାର ସଦାନନ୍ଦ ନାୟକ। ଗତକାଲି ବିସ୍ଫୋରଣରେ ତାଙ୍କ ଶରୀରର ୬୦ ପ୍ରତିଶତ ପୋଡ଼ି ଯାଇଥିଲା ବୋଲି ସୂଚନା ଦେଇଛନ୍ତି କଟକ SCB ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା। ଏବେ ବି ଅନ୍ୟ ଜଣେ ଗୁରୁତର ଭାବେ ଚିକିତ୍ସିତ ହେଉଥିବା ବେଳେ ସେହି ଗଞ୍ଜାମ ଜିଲ୍ଲାରେ ସିମାଞ୍ଚଳ ପରିଡ଼ା ନାମକ ଜଣେ ବ୍ୟକ୍ତି ନିଖୋଜ୍‌ ଥିବା ଅଭିଯୋଗ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ