ମୌସୁମୀ ବର୍ଷାର ନାଁ ଗନ୍ଧ ନଥିବା ବେଳେ ବିଲକୁ କେନାଲ ପାଣି ଯୋଗାଇବାର ବ୍ୟବସ୍ଥା ବି ନାହିଁ । ଚାଷୀଙ୍କ ପାଇଁ କେବଳ ଏଲ ଆଇ ପଏଣ୍ଟ ସାହା ଭରସା । ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି ପାଣି ପଞ୍ଚାୟତ ପକ୍ଷରୁ ପାଞ୍ଚଟି ପଏଣ୍ଟ ଖୋଲା ଯାଇଛି, ହେଲେ ଗୋଟିଏରୁ ବି ପାଣି ବାହାରୁନି ।
ଆସନ୍ତା ଅଗଷ୍ଟ ୪ ତାରିଖ ବୁଧବାରଠାରୁ ଖୋଲିବ ଯାଜପୁର ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ। ଏନେଇ ସୂଚନା ଦେଇଛନ୍ତି ଯାଜପୁର ଜିଲ୍ଲପାଳ ଚକ୍ରବର୍ତି ସିଂ ରାଠୋର। କୋଭିଡ କଟକଣାରେ ଶ୍ରଦ୍ଧାଳୁ ଦେବା ଦେବୀଙ୍କ ଦର୍ଶନ କରିବେ ବୋଲି ସୂଚନା ମିଳିଛି । ଦ୍ୱୀତିୟ ଲହର କରୋନା କଟକଣାରେ ମନ୍ଦିର ବନ୍ଦ ଥିବାରୁ ଶ୍ରଦ୍ଧାଳୁ ଙ୍କୁ ମନ୍ଦିର ବାରଣ କରାଯାଇ ଥିବାରୁ ମନ୍ଦିର ମଧ୍ୟକୁ ଭକ୍ତମାନେ ପ୍ରବେଶ କରିପାରୁନଥିଲେ
ତେବେ ମଲ, ଦୋକାନ ମାନଙ୍କରେ କୋଭିଡ଼୍ ନିୟମକୁ କଡାକଡି ପାଳନ କରାଯାଉଥିବା ବେଳେ ସରକାର ପୁଣିଥରେ ସେମାନଙ୍କ ପେଟପାଟଣା କଥାକୁ ବୁଝିପାରି ବ୍ୟବସାୟ ପାଇଁ ସୁଯୋଗ ଦେଇଥିବାରୁ ସେମାନେ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ପ୍ରାଚୁର୍ଯ୍ୟ ଓ ବିଳାସ ତାଙ୍କ ହାତ ପାହାନ୍ତାରେ ଥିଲା। କିନ୍ତୁ ସେ ଏଡାଇ ଦେଇଥିଲେ। ନିଜ ଆଦର୍ଶ ସହ କୌଣସି ସାଲିସ କରି ନ ଥିଲେ। ସେଥିପାଇଁ ତ ଆଜି ବିଧାୟକ ପଦରେ ଥାଇ ବି ଜିଉଁଛନ୍ତି ଏକ ସାଧାରଣ ଜୀବନ।
ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ଗୌରପୁର ପଞ୍ଚାୟତର ଜୁଗଳ ଗ୍ରାମରେ ଅଭାବନୀୟ ଘଟଣା। ସ୍ୱାମୀ ଓ ସ୍ତ୍ରୀ ବେକରେ ଦଉଡି ଲଗାଇ ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ ଘର ଭିତରେ ଆତ୍ମହତ୍ୟା କରିଥିବା ବେଳେ ସ୍ୱାମୀ ଘର ବାହାରେ ଏକ ଗଛରେ ଆତ୍ମହତ୍ୟା କରିଛନ୍ତି। ସ୍ୱାମୀଙ୍କ ନାମ ସାନ୍ତନୁ ଜେନା ହୋଇଥିବା ବେଳେ ସ୍ତ୍ରୀଙ୍କ ନାମ ସବିତା ଜେନା ବୋଲି ଜଣାପଡ଼ିଛି।
ନିରାଡମ୍ବର ଜୀବନ ବିତାଉଛନ୍ତି ପୂର୍ବତନ ବିଧାୟକ । ନିଜର ସରଳ, ଅମାୟିକ, ନିଷ୍କପଟ ଓ ସରଳ ଜୀବନ ଶୈଳୀ ପାଇଁ ସେ ଚର୍ଚ୍ଚାରେ । ସାଇକେଲରେ ଯିବାଆସିବା କରିବା ସହ ବୟସର ଅପରାହ୍ନରେ ନିଜ ଗାଁରେ ଚାଳଛପର ଘରେ ଜୀବନ ଅତିବାହିତ କରୁଛନ୍ତି ।
ଖେଳକୁଦ ପ୍ରତି ରୁଚି ରଖୁଥିବା ପିଲାମାନଙ୍କୁ ମାଗଣାରେ ପ୍ରଶିକ୍ଷଣ ଦେଇ ଭଲ ଆଥଲେଟ୍ ଭାବେ ଗଢିବାକୁ ପ୍ରୟାସ । ଏଭଳି ନିଆରା ଉଦ୍ୟମ କରୁଛନ୍ତି ଅନ୍ତର୍ଜାତୀୟ ସ୍ତରର ଆଥଲେଟ୍ ତଥା ସ୍ପ୍ରିଂଟ କୁଇନ ଦୂତି ଚାନ୍ଦଙ୍କ ବଡ଼ ଭଉଣୀ ସରସ୍ୱତୀ ଚାନ୍ଦ
ଘର ଭିତରୁ ମିଳିଲା ଦମ୍ପତିଙ୍କ ଝୁଲନ୍ତା ମୃତଦେହ। ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ପ୍ରୀତିପୁର ପଞ୍ଚାୟତ ସୁନ୍ଦରପୁର ଗାଁରେ ଏହି ଘଟଣା ଘଟିଛି। ବର୍ଷକ ତଳେ ସେମାନଙ୍କର ବିବାହ ହୋଇଥିଲା।
ପୁଅ ପାଇଁ ବଳିଦାନ ପରେ ଚିର ନିଦ୍ରାରେ ଶୋଇଛି ମାଆ। ସେ ଏମିତି ଅଫେରା ରାଇଜକୁ ଯାଇଛି ଯେ, ଆଉ ଫେରିବନି। ଆଉ ଏପଟେ ଏତେ କଅଁଳ ବୟସରୁ ସେ ଘଟଣା କଣ ସିନା ବୁଝିନି, ହେଲେ ମାଆକୁ ଖୋଜି ପାଇବାକୁ ଯେମିତି ଘୁରି ବୁଲୁଛି ତା କୁନି କୁନି ଆଖି। ବୟସ ମାତ୍ର ଦେଢ଼ ବର୍ଷ
ପୁଣି ଖାକିରେ ଲାଗିଲା କଳଙ୍କ, ଓଏପିଏଫ କର୍ମଚାରୀଙ୍କ ନାଁରେ ଲଭ ସେକ୍ସ ଧୋକା ଅଭିଯୋଗ ହୋଇଛି। ସୁରକ୍ଷା ଦାୟିତ୍ୱ ବହନ କରୁଥିବା ପୋଲିସ ବିଭାଗର ଜଣେ କର୍ମଚାରୀ ବିଧବା ମହିଳାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମହିଳା ଜଣକ ଥାନାରେ ଅଭିଯୋଗ କରିବା ପରେ ସଂପୃକ୍ତ ପୋଲିସ କର୍ମଚାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଏଭଳି ଘଟଣା ଧର୍ମଶାଳା ଥାନା ଅଂଚଳରେ ଚର୍ଚ୍ଚାର ବିଷୟ ପାଲଟିଛି